ଓଡିଶାରେ କୋଇଲା ସଙ୍କଟ ନାହିଁ

ଭୁବନେଶ୍ୱର ୩୦।୦୪ :ଓଡିଶାରେ କୋଇଲା ସଙ୍କଟ ନାହିଁ | ଅନ୍ୟ ରାଜ୍ୟ ତୁଳନାରେ ଓଡିଶାରେ ନାହିଁ କୋଇଲା ସଙ୍କଟ । କିଛି ଦିନ ତଳେ ଓଡିଶାର ପାଓ୍ୱାର ଜେନେରେସନ୍‌ ନେଇ ସମୀକ୍ଷା ହୋଇଥିଲା ବୋଲି କହିଛନ୍ତି ରାଜ୍ୟ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର । ସେ ଆହୁରୀ ମଧ୍ୟ କହିଛନ୍ତି ଯେ, ଅନ୍ୟ ରାଜ୍ୟରେ ଯେପରି ୧୦ରୁ ୧୨ ଘଣ୍ଟା ବିଜୁଳି କାଟ ହେଉଛି ବା କୋଇଲା ପହଞ୍ଚି ପାରୁନି । ସେ ଭଳି ସ୍ଥିତି ଓଡ଼ିଶାରେ ନାହିଁ। କାରଣ ରାଜ୍ୟରେ ସମସ୍ତ କୋଇଲା ଖଣି ଅଛି। ଓଡ଼ିଶାର ସବୁ ପାଓ୍ୱାର ପ୍ଲାଣ୍ଟ ଗୁଡିକୁ ପର୍ଯ୍ୟାପ୍ତ କୋଇଲା ଯୋଗାଇବାକୁ ଏମ୍‌ସିଏଲ୍‌ ଏମ୍‌ଡିଙ୍କ ସହ ମୁଁ କଥା ହୋଇଛି । ଏଦିଗରେ ପଦକ୍ଷେପ ନେବାକୁ ମଧ୍ୟ ନିର୍ଦ୍ଦେଶ ଦେଇଛି। ରାଜ୍ୟ ସରକାର ଲଗାତର ଭାବେ ସ୍ଥିତି ଉପରେ ନଜର ରଖିଛନ୍ତି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!
%d bloggers like this: