ଓଡିଶା ପଞ୍ଚାୟତ ଆଇନ ସଂଶୋଧନ ବିଲ୍ ୨୦୨୧ ବିଧାନସଭାରେ ଆଗତ

ଭୁବନେଶ୍ବର ୭।୯: ଓଡିଶା ପଞ୍ଚାୟତ ଆଇନ ସଂଶୋଧନ ବିଲ୍ ୨୦୨୧ ବିଧାନସଭାରେ ଆଗତ ହୋଇଛି।  ଓଡିଶା ଗ୍ରାମ ପଞ୍ଚାୟତ ବିଧେୟକ ଅନୁସାରେ ଅନୁସୂଚିତ ଜାତି ଓ ଜନଜାତି ଓ ପଛୁଆ ବର୍ଗଙ୍କ ପାଇଁ ସଂରକ୍ଷଣ ୫୦ ପ୍ରତିଶତ ଭିତରେ ରହିବ। ଅର୍ଥାତ ସଂରକ୍ଷଣ ବ୍ୟବସ୍ଥା ୫୦ ପ୍ରତିଶତ ଅତିକ୍ରମ କରିବ ନାହିଁ । ପଛୁଆ ବର୍ଗଙ୍କ ପାଇଁ ୨୭ ପ୍ରତିଶତ ଭିତରେ ସଂରକ୍ଷଣ ବ୍ୟବସ୍ଥା ରହିବ।  ପଛୁଆ ବର୍ଗଙ୍କ ସଂରକ୍ଷଣ ବ୍ୟବସ୍ଥାରେ ଯାହା ଲାଗୁ ହେବ ତାହା ପ୍ରାଧିକୃତ ଅଧିକାରୀ ତାହାକୁ କାର୍ଯ୍ୟକାରୀ କରିବେ। ତ୍ରିସ୍ତରୀୟ ପଞ୍ଚାୟତରାଜ ବ୍ୟବସ୍ଥାରେ ଅନୁସୂଚିତ ଜାତି ଓ ଜନଜାତିଙ୍କ ପାଇଁ ଆବଶ୍ୟକ ସଂଖ୍ୟକ ଆସନ ସଂରକ୍ଷଣ ହେବା ପରେ ଅବଶିଷ୍ଟ ଆସନଗୁଡିକ ପଛୁଆ ବର୍ଗଙ୍କ ଲାଗି ସଂରକ୍ଷଣ କରାଯିବ। କିନ୍ତୁ ତାହା ୨୭ ଭିତରେ ରହିବା ଉଚିତ । ଯେଉଁଠି ପେଶା ଆଇନ କାର୍ଯ୍ୟକାରୀ ହେଉଛି ଅଥବା ସିଡ୍ୟୁଲ ଏରିଆରେ ୫୦ ପ୍ରତିଶତ ସଂରକ୍ଷଣ ବ୍ୟବସ୍ଥା ଲାଗୁ ହେବନାହିଁ । ଏହି ବିଲ୍ ବିଧାନସଭାରେ ପାରିତ ହେଲେ ପଞ୍ଚାୟତ ନିର୍ବାଚନ ପାଇଁ ବାଟ ଫିଟିବ। ଅନ୍ୟପକ୍ଷରେ ଓଡ଼ିଶା ପୌର ବିଧି ସଂଶୋଧନ ବିଧେୟକ ସୋମବାର ଗୃହରେ ଉପସ୍ଥାପିତ ହୋଇଥିଲା । ସେହିଭଳି ଓଡିଶା ରିପିଲିଂ ବିଲ୍ ୨୦୨୧ ବିଧାନସଭାରେ ପାରିତ ହୋଇଛି । ଏହି ବିଲ୍ ପାରିତ ହେବା ପରେ ୧୯୫୦ରୁ ୨୦୧୧ ମସିହା ମଧ୍ୟରେ ପ୍ରଭାବ ନଥିବା ୨୦୬ଟି ଆଇନ ଅକାମୀ ହୋଇଯିବ । ଏହାସହ ଓଡ଼ିଆ ବିଶ୍ବ ବିଦ୍ୟାଳୟ ସଂଶୋଧନ ବିଲ୍ ୨୦୨୧ ଗୃହରେ ପାରିତ ହୋଇଛି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!
%d bloggers like this: