ଓଲଟିଲା ଯାତ୍ରୀବାହୀ ବସ୍, ୧୦ ଆହତ

ଖୋର୍ଦ୍ଧା , ୪/୧୧: ଓଲଟିଲା ଯାତ୍ରୀବାହୀ ବସ୍, ୧୦ ଆହତ, ଦୁଇ ଗୁରୁତର।    ଖୋର୍ଦ୍ଧା ଜିଲ୍ଲା ମୁଖ୍ୟ ଚିକତ୍ସାଳୟରେ ଆହତ ଅବସ୍ଥାରେ ୧୦ ଯାତ୍ରୀଙ୍କୁ ଭର୍ତ୍ତି କରାଯାଇଥିବା ବେଳେ 2ଗୁରୁତରଙ୍କୁ ଭୁବନେଶ୍ବର ସ୍ଥାନାନ୍ତର କରାଯାଇଛି। ଖୋର୍ଦ୍ଧା ବଲାଙ୍ଗୀର  ୫୭ ନମ୍ବର  ଜାତୀୟ ରାଜପଥ ବାଘମାରୀ ନିକଟରେ ଯାତ୍ରୀବାହି ବସ ଔଲଟି ଏହି ଦୁର୍ଘଟଣା ଘଟିଛି। ବଲାଙ୍ଗିରରୁ ଭୁବନେଶ୍ଵର ଆସିବା ବାଟରେ ବସ୍ ଓଲଟି  ପଡିଥିଲା। ତେବେ ପୋଲିସ ଏବଂ ସ୍ଥାନୀୟ ଅଞ୍ଚଳବାସୀଙ୍କ ଉଦ୍ୟମରେ କାଚ ଭାଙ୍ଗି 40ଜଣ ଯାତ୍ରୀଙ୍କୁ ଉଦ୍ଧାର କରାଯାଇଛି। ସେମାନଙ୍କ ମଧ୍ୟରୁ 10ଜଣ ଆହତ ହୋଇଥିବା ବେଳେ 2ଜଣଙ୍କ ଅବସ୍ଥା ଗୁରୁତର ରହିଛି। 10ଜଣ ଆହତଙ୍କୁ ଖୋର୍ଦ୍ଧା ଜିଲ୍ଲା ମୁଖ୍ୟ ଚିକତ୍ସାଳୟରେ ଭର୍ତ୍ତି କରାଯାଇଥିବା ବେଳେ 2ଗୁରୁତରଙ୍କୁ ଭୁବନେଶ୍ବର ସ୍ଥାନାନ୍ତର କରାଯାଇଥିବା ସୂଚନା ମିଳିଛି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!
%d bloggers like this: