ଓଡ଼ିଶାରେ କାଳବୈଶାଖୀ ବର୍ଷା ନେଇ ୧୦ଟି ଜିଲ୍ଲାକୁ ସତର୍କ ସୂଚନା ଜାରି

ଭୁବନେଶ୍ୱର,୧୨/୦୬:  ରଜରେ ଭିଜିବ ସାରା ଓଡ଼ିଶା । ଆସନ୍ତା ୪ରୁ ୫ ଦିନ ଭିତରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶାରେ ପହଞ୍ଚିବ ।  ଆସନ୍ତା ୪ରୁ ୫ ଦିନ ଭିତରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶାରେ ପ୍ରବେଶ କରିବା ନେଇ ଭୁବନେଶ୍ୱର ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ମୌସୁମୀ ବାୟୁ ଓଡ଼ିଶା ପହଂଚିବା ପାଇଁ ପାଗ ଧୀରେ ଧୀରେ ଅନୁକୂଳ ହେଉଛି। ରାଜ୍ୟରେ ପ୍ରାକ-ମୌସୁମୀର ପ୍ରଭାବ ଆରମ୍ଭ ହୋଇଯାଇଛି। ଫଳରେ ତାତିରୁ ତ୍ରାହି ମିଳିବା ସହ ଗୁଳୁଗୁଳି ମଧ୍ୟ ହ୍ରାସ ପାଇଛି। ଏବେ ମୌସୁମୀ ବାୟୁ ବଙ୍ଗୋପସାଗରର ଅଧିକାଂଶ ଅଞ୍ଚଳ ଛୁଇଁସାରିଲାଣି । ଆସନ୍ତା ୪ରୁ ୫ଦିନ ମଧ୍ୟରେ ମୌସୁମୀ ଦକ୍ଷିଣ ଓଡ଼ିଶାରେ ପହଞ୍ଚିବ । ଯାହାର ପ୍ରଭାବରେ କିଛି ସ୍ଥାନରେ ପ୍ରବଳ ବର୍ଷା ହେବ । ପରବର୍ତ୍ତୀ ସମୟରେ ମୌସୁମୀ ସାରା ରାଜ୍ୟରେ ପହଞ୍ଚିବ । ଆସନ୍ତା କିଛିଦିନ ରାଜ୍ୟରେ ବର୍ଷା ଜାରି ରହିବ । ଫଳରେ ତାପମାତ୍ରା କମିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଏଚ୍‌. ବିଶ୍ୱାସ ପୂର୍ବାନୁମାନ କରିଛନ୍ତି ।ଆସନ୍ତା ୨୪ ଘଣ୍ଟା ଭିତରେ କାଳବୈଶାଖୀ ବର୍ଷା ନେଇ ୧୦ଟି ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି । କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ରାୟାଗଡ଼ା, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ବଲାଙ୍ଗୀର, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ କାଳବୈଶାଖୀ ବର୍ଷା ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!
%d bloggers like this: