ଓଡ଼ିଶାରେ ପ୍ରତିଷ୍ଠା ହେବ ୩୪ଟି ନୂଆ କୋର୍ଟ

ଭୁବନେଶ୍ବର, ୨।୫ : ଓଡ଼ିଶାରେ ପ୍ରତିଷ୍ଠା ହେବ ୩୪ଟି ନୂଆ କୋର୍ଟ|ରାଜ୍ୟର ବିଭିନ୍ନ ଜିଲ୍ଲାରେ ୩୪ଟି ନୂଆ କୋର୍ଟ ପ୍ରତିଷ୍ଠା ହେବ । ଉଚ୍ଚକ୍ଷମତା ସମ୍ପନ୍ନ କମିଟି ବୈଠକରେ ଏହି ପ୍ରସ୍ତାବ ଉପରେ ଲାଗିଛି ମୋହର । ହାଇକୋର୍ଟଙ୍କ ଅନୁମୋଦନ ପରେ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇବ ।ତେବେ ୫ଟି ସିଭିଲ ଜଜ୍ କୋର୍ଟକୁ ଅନୁମୋଦନ ମିଳିଛି । ଏହା ସହ ୧୦ଟି ବାଣିଜ୍ୟିକ ଅଦାଲତ ପ୍ରତିଷ୍ଠା ପାଇଁ କମିଟି ସ୍ଥିର କରିଛି । ପାରଳାଖେମୁଣ୍ଡିରେ ସ୍ୱତନ୍ତ୍ର ଭିଜିଲାନ୍ସ କୋର୍ଟ ପ୍ରତିଷ୍ଠା ପାଇଁ ଅନୁମୋଦନ ମିଳିଛି । ୭ଟି ଜିଲ୍ଲା ଏବଂ ସେସନ କୋର୍ଟ କୋର୍ଟ ପ୍ରତିଷ୍ଠା ହେବ । ଏଥିପାଇଁ ୨୧.୨୬ କୋଟି ଟଙ୍କାର ବଜେଟ୍ ଅନୁମୋଦନ ହୋଇଥିବା ନେଇ ଆଇନମନ୍ତ୍ରୀ ସୂଚନା ଦେଇଛନ୍ତି|

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!
%d bloggers like this: