ଓଡ଼ିଶାର ପଟ୍ଟଚିତ୍ରକୁ ନେଇ ଭାରତ ଓ ଡେନମାର୍କ ପ୍ରଧାନମନ୍ତ୍ରୀଙ୍କ ମଧ୍ୟରେ ଆଲୋଚନା

ନୂଆଦିଲ୍ଲୀ,୦୩/୦୫: ତିନି ଦିନିଆ ବିଦେଶ ଯାତ୍ରାର ଦ୍ୱୀତିୟ ଦିନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଡେନମାର୍କରେ ପହଞ୍ଚିଛନ୍ତି। ଏଠାରେ ସେ ଡେନମାର୍କ ପ୍ରଧାନମନ୍ତ୍ରୀ ମେଟେ ଫ୍ରେଡିକ୍ସନଙ୍କ ସହ ଦ୍ୱିପାକ୍ଷିକ ଆଲୋଚନା କରିଛନ୍ତି। ଦୁଇ ଦେଶର ସମ୍ପର୍କକୁ ଅଧିକ ମଜବୁତ କରିବା ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଆଲୋଚନା କରିଛନ୍ତି। ଏହି ଅବସରରେ ଡେନମାର୍କ ପ୍ରଧାନମନ୍ତ୍ରୀ ମେଟେ ପିଏମ ମୋଦୀଙ୍କୁ ଏକ ପଟ୍ଟଚିତ୍ର ଦେଖାଇଥିଲେ । ଡେନମାର୍କର ପ୍ରଧାନମନ୍ତ୍ରୀ ମେଟେ ଫ୍ରେଡିକ୍ସନ ସାକ୍ଷାତ୍ କରିବା ସମୟରେ ତାଙ୍କ ବାସଭବନରେ ଲାଗିଥିବା ପ୍ରଭୁ ଶ୍ରୀରାମଙ୍କ ଦରବାର ବିଷୟରେ ବର୍ଣ୍ଣିତ ଓଡ଼ିଶାର ପଟ୍ଟଚିତ୍ରକୁ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଦେଖାଇଥିଲେ ।  କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଟ୍ୱିଟ୍ କରି ଏହି ସୂଚନା ଦେଇଛନ୍ତି। ଡେନମାର୍କ ପ୍ରଧାନମନ୍ତ୍ରୀଙ୍କ ଭାରତ ଗସ୍ତ ସମୟରେ ପ୍ରଧାନମନ୍ତ୍ରୀ ମୋଦି ତାଙ୍କୁ ଏହି ପଟ୍ଟଚିତ୍ର ଉପହାର ସ୍ୱରୂପ ପ୍ରଦାନ କରିଥିଲେ । ତେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଡ଼େନମାର୍କ ପ୍ରଧାନମନ୍ତ୍ରୀ ଓଡ଼ିଶାର ପଟ୍ଟଚିତ୍ର ଦେଖାଇବା ପ୍ରସଙ୍ଗରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓଡ଼ିଶାର ଅନନ୍ୟ କଳା ସଂସ୍କୃତିପଟ୍ଟଚିତ୍ରଭାସ୍କର୍ଯ୍ୟକୁ ପ୍ରଧାନମନ୍ତ୍ରୀ ବିଶ୍ୱ ଦରବାରରେ ପହଞ୍ଚାଇଥିବାରୁ ଓଡ଼ିଶା ତରଫରୁ କୃତଜ୍ଞତା ଜ୍ଞାପନ କରିଛନ୍ତି । ଶ୍ରୀ ପ୍ରଧାନ ଟ୍ୱିଟ୍ କରିଛନ୍ତି ଯେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୟୁରୋପ ଗସ୍ତ ସମୟରେ ଆଜି ଡେନମାର୍କ ଗସ୍ତ କରିଛନ୍ତି । ଡ଼େନମାର୍କର ପ୍ରଧାନମନ୍ତ୍ରୀ ମେଟ୍ ଫ୍ରେଡିକ୍ସନଙ୍କୁ ସାକ୍ଷାତ୍ କରିବା ସମୟରେ ତାଙ୍କ ବାସଭବନରେ ଲାଗିଥିବା ପ୍ରଭୁ ଶ୍ରୀରାମଙ୍କ ଦରବାର ବିଷୟରେ ବର୍ଣ୍ଣିତ ଓଡ଼ିଶାର ପଟ୍ଟଚିତ୍ରକୁ ଦେଖାଇଥିଲେ। ଡେନମାର୍କ ପ୍ରଧାନମନ୍ତ୍ରୀଙ୍କ ଭାରତ ଗସ୍ତ ସମୟରେ ପ୍ରଧାନମନ୍ତ୍ରୀ ମୋଦି ତାଙ୍କୁ ଏହି ପଟ୍ଟଚିତ୍ର ଉପହାର ସ୍ୱରୂପ ପ୍ରଦାନ କରିଥିଲେ ।  ଓଡ଼ିଶାର ଏହି ପଟ୍ଟଚିତ୍ରକୁ ନେଇ ଦୁଇ ପ୍ରଧାନମନ୍ତ୍ରୀଙ୍କ ମଧ୍ୟରେ ଆଲୋଚନା ଓଡ଼ିଶା ଏବଂ ଓଡ଼ିଶାର ପାରମ୍ପରିକ କଳାର ବୈଭବତାର ପ୍ରତିଫଳନ ବୋଲି ଶ୍ରୀ ପ୍ରଧାନ ଟ୍ୱିଟ୍ କରିଛନ୍ତି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!