ଓଡ଼ିଶାର ୧୦ଟି ସହରରେ ଉପଲବ୍ଧ ହେଲା ଜିଓ ଟ୍ରୁ ୫ଜି ସେବା

ଭୁବନେଶ୍ୱର,୨୪।୧ : ଆଜି ଦେଶର  ରିଲାଏନ୍ସ ଜିଓ  ୫୦ଟି ସହରରେ ଟ୍ରୁ ୫ଜି ସେବା ପ୍ରଚଳନ ସମ୍ପର୍କରେ ଘୋଷଣା କରିଛି । ଏହାକୁ ମିଶାଇ ଦେଶର ୧୮୪ ସହରରେ ଜିଓ ବ୍ୟବହାରକାରୀ ସମ୍ପ୍ରତି ଜିଓ ଟ୍ରୁ ୫ଜି ସେବା ପାଉଛନ୍ତି।ଏଥିମଧ୍ୟରୁ ଅଧିକାଂଶ ସହରରେ ରିଲାଏନ୍ସ ଜିଓ ପ୍ରଥମ ଏବଂ ଏକମାତ୍ର ଅପରେଟର ଭାବରେ ୫ଜି ସେବା ପ୍ରଚଳନ କରିଛି । ଏହି ସହରଗୁଡିକରେ ଥିବା ଜିଓ ବ୍ୟବହାରକାରୀମାନଙ୍କୁ ବିନା କୌଣସି ଅତିରିକ୍ତ ଦେୟରେ ୧ ଜିବିପିଏସ୍‍+ ସ୍ପିଡ୍‍ ପର୍ଯ୍ୟନ୍ତ ଅସୀମିତ ଡାଟା ବ୍ୟବହାର କରିବା ନିମନ୍ତେ ଜିଓ ୱେଲ୍‍କମ ଅଫର୍‍କୁ ଆମନ୍ତ୍ରଣ କରାଯିବ, ଏହା ଆଜିଠାରୁ ଆରମ୍ଭ ହେଉଛି । ଓଡ଼ିଶାରେ ଜିଓ ଟ୍ରୁ ୫ଜି ଆଜି ବାଲେଶ୍ୱର, ବାରିପଦା, ଭଦ୍ରକ, ଝାରସଗୁଡା, ପୁରୀ ଏବଂ ସମ୍ବଲପୁର ଭଳି ଆଉ ୬ଟି ସହରରେ ଆରମ୍ଭ ହୋଇଛି । ଏଥିସହିତ ଓଡ଼ିଶାର ୧୦ଟି ପ୍ରମୁଖ ସହରରେ ସମ୍ପ୍ରତି ଜିଓ ଟ୍ରୁ ୫ଜି ସେବା ଉପଲବ୍ଧ ହେଉଛି । ପୂର୍ବରୁ ଜିଓ ଟ୍ରୁ ୫ଜି ସେବା ଭୁବନେଶ୍ୱର, କଟକ, ରାଉରକେଲା ଏବଂ ବ୍ରହ୍ମପୁର ସହରରେ ପ୍ରଚଳନ କରାଯାଇସାରିଛି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!
%d bloggers like this: