ଓଡ଼ିଶା ବିଧାନସଭାର ନୂତନ ବାଚସ୍ପତି ଭାବେ ନିର୍ବାଚିତ ହେଲେ ବିକ୍ରମ କେଶରୀ ଆରୁଖ

ଭୁବନେଶ୍ୱର  ,୧୩/୦୬ :  ବିକ୍ରମ କେଶରୀ ଆରୁଖ ଓଡ଼ିଶା ବିଧାନସଭାର ନୂତନ ବାଚସ୍ପତି ନିର୍ବାଚିତ ହୋଇଛନ୍ତି।। ଶେଷରେ ବିଧାନସଭାର ବାଚସ୍ପତି ଭାବେ ନିର୍ବାଚିତ ହେଲେ ବିକ୍ରମ କେଶରୀ ଆରୁଖ । ସ୍ୱତନ୍ତ୍ର ଅଧିବେଶନରେ ନିଦ୍ୱର୍ନ୍ଦ୍ୱରେ ବିକ୍ରମ କେଶରୀ ଆରୁଖ ନିର୍ବାଚିତ ହୋଇଛନ୍ତି । ବିକ୍ରମ ଆରୁଖଙ୍କ ନାଁ ପ୍ରସ୍ତାବ କରିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବାଚନିକ ଭୋଟରେ ବିକ୍ରମ ବାଚସ୍ପତି ରୂପେ ନିର୍ବାଚିତ ହୋଇଛନ୍ତି । ଏନେଇ ଉପବାଚସ୍ପତି ରଜନୀକାନ୍ତ ସିଂହ ଘୋଷଣା କରିଛନ୍ତି ।ବାଚନିକ ଭୋଟ ପରେ ଶ୍ରୀ ଆରୁଖଙ୍କୁ ବାଚସ୍ପତି ଭାବେ ଘୋଷଣା କରିଛନ୍ତି ଉପବାଚସ୍ପତି ରଜନୀକାନ୍ତ ସିଂ। ମୁଖ୍ୟମନ୍ତ୍ରୀ ବିକ୍ରମ କେଶରୀ ଆରୁଖଙ୍କ ନାମ ପ୍ରସ୍ତାବ କରିଥିଲେ। ସଂସଦୀୟ ବ୍ୟାପାର ମନ୍ତ୍ରୀ ଏହି ପ୍ରସ୍ତାଵକୁ ସମର୍ଥନ କରିଥିଲେ। ସୋମବାର ଦିନ ବିଧାନସଭାର ସ୍ବତନ୍ତ୍ର ଅଧିବେଶନରେ ଏହି ଘୋଷଣା କରାଯାଇଛି।  ତାପରେ ବିକ୍ରମ କେଶରୀ ଆରୁଖ ନୂତନ ବାଚସ୍ପତି ଭାବେ ଦାୟିତ୍ବ ଗ୍ରହଣ କରିଛନ୍ତି। ପୂର୍ବାହ୍ନ ୧୦ଟା ୩୦ରେ ଗୃହ କାର୍ଯ୍ୟ ଆରମ୍ଭ ହୋଇଥିଲା। ବାଚସ୍ପତି ନିର୍ବାଚନ ପରେ ଗୃହ ମୁଲତବୀ ରହିଛି। ତେବେ ୧୦ ତାରିଖରେ ନାମାଙ୍କନ ଭରିଥିଲେ ବିକ୍ରମ ଆରୁଖ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିକ୍ରମଙ୍କ ପ୍ରସ୍ତାବକ ରହିଛନ୍ତି । ଦଳର ବରିଷ୍ଠ ନେତା ଏବଂ ମନ୍ତ୍ରୀଙ୍କ ଗହଣରେ ଯାଇ ବିକ୍ରମ କେଶରୀ ଆରୁଖ ପ୍ରାର୍ଥିପତ୍ର ଦାଖଲ କରିଥିଲେ । ବିକ୍ରମ କେଶରୀ ‌ଆରୁଖଙ୍କ ବ୍ୟତିତ ଅନ୍ୟ କେହି ପ୍ରାର୍ଥୀ ବାଚସ୍ପତି ପଦ ପାଇଁ ନାମାଙ୍କନ କରିନଥିଲେ । ବରିଷ୍ଠ ବିଧାୟକ ସୂର୍ଯ୍ୟନାରାୟଣ ପାତ୍ର ଅସୁସ୍ଥ ହେବା ପରେ ବାଚସ୍ପତି ପଦରୁ ଇସ୍ତଫା ଦେଇଥିଲେ। ଏହାପରେ ବାଚସ୍ପତି ଆସନ ଖାଲି ପଡ଼ିଥିଲା । ୧୯୯୫ରେ ପ୍ରଥମ ଥର ପାଇଁ ବିକ୍ରମ ଆରୁଖ ଭଞ୍ଜନଗର ବିଧାନସଭା ନିର୍ବାଚନମଣ୍ଡଳୀରୁ ଜନତା ଦଳ ପ୍ରାର୍ଥୀ ଭାବେ ବିଧାନସଭାକୁ ନିର୍ବାଚିତ ହୋଇଥିଲେ । ୨୦୦୦ ମସିହାରୁ ଲଗାତର ଭାବେ ବିଜେଡି ଟିକେଟ୍ ରୁ ସେ ଜିତି ଆସୁଛନ୍ତି । ୨୦୦୯ରେ ଚତୁର୍ଥ ଥର ବିଧାୟକ ହେବା ପରେ ପ୍ରଥମ ଥର ପାଇଁ ତାଙ୍କୁ ମନ୍ତ୍ରୀପଦ ମିଳିଥିଲା । ବିକ୍ରମ ଆରୁଖ ଗ୍ରାମ୍ୟ ଉନ୍ନୟନ ଓ ଆଇନ ବିଭାଗ ମନ୍ତ୍ରୀ ହୋଇଥିଲେ। ଏହା ପରଠାରୁ ଆରୁଖ ଆଇନ, ସଂସଦୀୟ ବ୍ୟାପାର, ଜଙ୍ଗଲ ଓ ପରିବେଶ, ସୂଚନା ଓ ଲୋକସମ୍ପର୍କ ବିଭାଗ ମନ୍ତ୍ରୀ ଭାବେ ଗୁରୁଦାୟିତ୍ୱ ସମ୍ଭାଳି ଆସିଥିଲେ । ଗଞ୍ଜାମ ଜିଲ୍ଲାରୁ ବିକ୍ରମ ଆରୁଖ ହିଁ ଦୀର୍ଘ ୧୩ ବର୍ଷରୁ ଅଧିକ ସମୟ ହେଲା ମନ୍ତ୍ରୀ ପଦରେ ରହି ଆସିଥିଲେ ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!
%d bloggers like this: