ନୂଆଦିଲ୍ଲୀ ୧୨।୦୬ :କଂଗ୍ରେସ ସଭାପତି ସୋନିଆ ଗାନ୍ଧୀଙ୍କ ବିଷୟରେ ବଡ ଖବର ଆସିଛି। ସୋନିଆ ଗାନ୍ଧୀଙ୍କ ସ୍ୱାସ୍ଥ୍ୟ ଅବସ୍ଥା ବିଗିଡି ଯାଇଛି। କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଜୁନ୍ ୨ ତାରିଖରେ କରୋନା ପିଜିଟିଭ୍ ହେବା ପରେ ଏବେ ତାଙ୍କ ଅବସ୍ଥା ଜଟିଳ ହେବାରୁ ତାଙ୍କୁ ନୂଆଦିଲ୍ଲୀର ଗଙ୍ଗାରାମ ହସ୍ପିଟାଲ୍ରେ ଭର୍ତ୍ତି ହୋଇଛନ୍ତି। ଏବେ ତାଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ରହିଛି ଓ ତାଙ୍କ ସ୍ବାସ୍ଥାବସ୍ଥାର ନୀରିକ୍ଷଣ ପାଇଁ ତାଙ୍କୁ ଆଉ କିଛି ଦିନ ହସ୍ପିଟାଲ୍ରେ ରଖାଯିବ ବୋଲି ସୂଚନା ମିଳିଛି।ରଣଦୀପ ସିଂ ସୁରଜେୱାଲା କହିଛନ୍ତି – “କୋଭିଡ ସହ ଜଡିତ ସମସ୍ୟା ହେତୁ କଂଗ୍ରେସ ସଭାପତି ଶ୍ରୀମତୀ ସୋନିଆ ଗାନ୍ଧୀଙ୍କୁ ଆଜି ଗଙ୍ଗା ରାମ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ତାଙ୍କ ଅବସ୍ଥା ସ୍ଥିର ରହିଛି ଏବଂ ତାଙ୍କୁ ଡାକ୍ତରଖାନାରେ ରଖାଯିବ। ଆମେ ସମସ୍ତେ କଂଗ୍ରେସ କର୍ମୀଙ୍କୁ ଧନ୍ୟବାଦ ଦେଉଛୁ। ” ଜୁଲାଇ 18 ରେ ହେବାକୁ ଥିବା ରାଷ୍ଟ୍ରପତି ନିର୍ବାଚନ ସମ୍ପର୍କରେ ଗତକାଲି କଂଗ୍ରେସ ସଭାପତି ସୋନିଆ ଗାନ୍ଧୀ ଏନସିପି ନେତା ଶରଦ ପାୱାର, ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏବଂ ବିଜେପି ବିରୋଧୀ ଦଳର ଅନ୍ୟ ନେତାଙ୍କ ସହ ଆଲୋଚନା କରିଥିଲେ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |