କଂଗ୍ରେସ ନେତା ତାରା ପ୍ରସାଦ ବାହିନୀପତି କରୋନାରେ ଆକ୍ରାନ୍ତ

ଭୁବନେଶ୍ୱର,୬/୬: ବରିଷ୍ଠ କଂଗ୍ରେସ ନେତା ତଥା ଜୟପୁର ବିଧାୟକ ତାରା ପ୍ରସାଦ ବାହିନୀପତି କରୋନାରେ ଆକ୍ରାନ୍ତ ହୋଇଛନ୍ତି । କରୋନା ପିଜିଟିଭ୍ ରିପୋର୍ଟ ଆସିବା ପରେ ସେ ରାଜଧାନୀ ଭୁବନେଶ୍ୱରର ସମ୍ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି । ଏନେଇ ତାରାଙ୍କ ପରିବାରବର୍ଗ ସୂଚନା ଦେଇଥିବା ଜଣାପଡ଼ିଛି । ତାଙ୍କଠାରେ କୋଭିଡ୍-୧୯ର ସାମାନ୍ୟ ଲକ୍ଷଣ ରହିଥିବା ଜଣାପଡ଼ିଛି । ସୂଚନାେଯୋଗ୍ୟ ଯେ, କରୋନାରେ ପୂର୍ବରୁ ରାଜ୍ୟର ଅନେକ ରାଜନେତା ସଂକ୍ରମିତ ହୋଇଥିଲେ । ସେମାନଙ୍କ ମଧ୍ୟରୁ ଅନେକ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ଆଉ କିଛି ମୃତ୍ୟୁବରଣ କରିଥିବା ଜଣାପଡ଼ିଛି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!
%d bloggers like this: