ଭୁବନେଶ୍ୱର,୧୬ ।୩: ଟ୍ଵିଇନ୍ ସିଟିରେ ଘନ କୁହୁଡ଼ିର ଆସ୍ତରଣ। ଆଜି ଭୋର ସମୟରେ ଦ୍ୱୈତ ନଗରୀ କଟକ- ଭୁବନେଶ୍ୱରରେ ଘନ କୁହୁଡ଼ିର ଆସ୍ତରଣ ପରିଲକ୍ଷିତ ହୋଇଛି। ରାସ୍ତାରେ ୧୦ରୁ ୨୦ ମିଟର ଯାଏଁ ଦୂରକୁ ଦେଖିବା କଷ୍ଟକର ହୋଇପଡ଼ିଛି। ଭୋରରୁ ସକାଳ ସାଢ଼େ ୭ଟା ଯାଏ କଟକ- ଭୁବନେଶ୍ୱର ଜାତୀୟ ରାଜପଥରେ ଘନ କୁହୁଡ଼ିର ଆସ୍ତରଣ ଯୋଗୁ ଗାଡ଼ି ଚଳାଇବା ଖୁବ୍ କଷ୍ଟକର ହୋଇଥିବା ଜଣାଯାଇଛି।ଯାହାକୁ ନେଇ ସାଧାରଣରେ ଯାତାୟତ ବାଧାପ୍ରାପ୍ତ ହୋଇଛି। ଲୋକମାନେ ଗୋଟିଏ ସ୍ଥାନରୁ ଆଉ ଗୋଟିଏ ସ୍ଥାନକୁ ଯିବାକୁ ନାନାଦି ସମସ୍ୟାର ସମ୍ମୁଖୀନ ହେଉଥିବା ଦେଖିବାକୁ ମିଳିଛି। ସେପଟେ, ପଶ୍ଚିମା ଝଡ଼ ପ୍ରଭାବରେ ପାଗରେ ଆସିଛି ପରିବର୍ତ୍ତନ। ଅଧିକାଂଶ ଅଞ୍ଚଳରେ ମେଘୁଆ ପାଗ ସାଙ୍ଗକୁ ସ୍ଥାନେ ସ୍ଥାନେ ହାଲୁକା ବର୍ଷା ମଧ୍ୟ ହୋଇଛି। ଆଗାମୀ ୧୯ ତାରିଖ ଯାଏ ରାଜ୍ୟରେ ପଶ୍ଚିମା ଝଡ଼ର ପ୍ରଭାବ ରହିବାକୁ ଥିବାରୁ ସମସ୍ତ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ମାର୍ଚ୍ଚ ୧୬, ୧୭ ଓ ୧୮ ତାରିଖରେ କିଛି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ଘଣ୍ଟାପ୍ରତି ୪୦ରୁ ୫୦ କିମି ବେଗରେ ଝଡ଼ ପବନ ହେବାର ସମ୍ଭାବନା ରହିଛି। ୧୯ ଓ ୨୦ ତାରିଖରେ ମଧ୍ୟ କେତେକ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |