କରୋନାରେ ପ୍ରାଣ ହରାଇଲେ ବରିଷ୍ଠ ସାମ୍ବାଦିକ ତଥା ଲେଖକ ବସନ୍ତ ଦାସ

ଭୁବନେଶ୍ଵର,୨୯।୫: କରୋନାରେ ପ୍ରାଣ ହରାଇଲେ ବରିଷ୍ଠ ସାମ୍ବାଦିକ ତଥା ଲେଖକ ବସନ୍ତ ଦାସ। ମୃତ୍ୟୁ ବେଳକୁ ତାଙ୍କୁ ୮୧ ବର୍ଷ ବୟସ ହୋଇଥିଲା। ସ୍ବର୍ଗତ ଦାସ କରୋନା ପଜିଟିଭ ଚିହ୍ନଟ ହେବା ପରେ ଭୁବନେଶ୍ୱରର ଏକ ଘରୋଇ କୋଭିଡ୍ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ତେବେ ଶୁକ୍ରବାର ବିଳମ୍ବିତ ରାତିରେ ଘରୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ବେଳେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ସାମ୍ବାଦିକ ବସନ୍ତ ଦାସଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ତାଙ୍କ ଶୋକବାର୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ସ୍ଵର୍ଗତ ଦାସ ଜଣେ ସ୍ତମ୍ଭକାର ତଥା ରାଜନୈତିକ ବିଶ୍ଳେଷକ ଭାବରେ ସୁନାମ ଅର୍ଜନ କରିଥିଲେ । ଅଦ୍ଧଶତାବ୍ଦୀରୁ ଅଧିକ ସମୟ ଧରି ସେ ସାମ୍ବାଦିକତା ବୃତ୍ତିରେ ସକ୍ରିୟ ରହିଥିଲେ । ସାହିତ୍ୟ ଓ ସାମ୍ବାଦିକତା ଷେତ୍ରରେ ତାଙ୍କର ଅବଦାନ ପାଇଁ ସେ ସ୍ମରଣୀୟ ରହିବେ। ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ମୁଖ୍ୟମନ୍ତ୍ରୀ ଗଭୀର ସମବେଦନା ଜଣାଇବା ସହ ପରଲୋକଗତ ଆତ୍ମାର ସଦ୍ ଗତି କାମନା କରିଛନ୍ତି। ବସନ୍ତ ଦାସଙ୍କ ଦେହାନ୍ତରେ ସାମ୍ବାଦିକ ମହଲରେ ଗଭୀର ଶୋକ ପ୍ରକାଶ ପାଇଛି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!
%d bloggers like this: