କରୋନା ପାଇଁ ଘୁଞ୍ଚିଲା OJEE

ଭୁବନେଶ୍ୱର,୦୭/୦୯:  କରୋନା ଭାଇରସକୁ ନଜରରେ ରଖି ଅନଲାଇନ୍ ଓଡିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା ବା ଓଜେଇଇକୁ ଘୁଞ୍ଚାଇ ଦିଆଯାଇଛି । ପୂର୍ବରୁ ସେପ୍ଟେମ୍ବର ୯ରୁ ୧୫ ତାରିଖ ମଧ୍ୟରେ ଓଜେଇଇ ହେବା ନେଇ ତାରିଖ ଧାର୍ଯ୍ୟ ହୋଇଥିଲା । ସୂଚନାନୁସାରେ, ରାଜ୍ୟରେ ଏବେ କରୋନା ଭାଇରସର ଆତଙ୍କ ବୃଦ୍ଧି ପାଇଛି । ପ୍ରତିଦିନ ୩ ହଜାରରୁ ଅଧିକ ସଂକ୍ରମିତ ଚିହ୍ନଟ ହେଉଛନ୍ତି । ତେଣୁ ଓଜେଇଇକୁ ଘୁଞ୍ଚାଇ ଦିଆଯାଇଛି । ଏନେଇ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଓଜେଇଇ ସେପ୍ଟେମ୍ବର ୯ରୁ ୧୫ ତାରିଖ ପର୍ଯ୍ୟନ୍ତ ହେବାର ଥିଲା । ପରୀକ୍ଷା ପାଇଁ ରାଜ୍ୟରେ ୨୧ଟି ଓ  ତଥା ରାଜ୍ୟ ବାହାରେ ମଧ୍ୟ ୩ଟି ପରୀକ୍ଷା କେନ୍ଦ୍ର କରାଯାଇଥିଲା । ତେବେ କେବେ ଏହି ପରୀକ୍ଷା ଅନୁଷ୍ଠିକ ହେବ ତାହା ସ୍ପଷ୍ଟ ହୋଇନାହିଁ ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!