ଭୁୁବନେଶ୍ୱର,୧୪ ।୯ : ବିଧାୟକଙ୍କଠାରୁ ଆରମ୍ଭ କରି ମନ୍ତ୍ରୀ ପର୍ଯ୍ୟନ୍ତ, ସମସ୍ତେ ଏହାର ଶିକାର ହେଉଛନ୍ତି । ଏହାରି ମଧ୍ୟରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜର ଦାଶ କରୋନାରେ ସଂକ୍ରମିତ ହୋଇଛନ୍ତି । ସମୀର ଦାଶଙ୍କ ସ୍ତ୍ରୀ ସଙ୍ଗିତା ଦାଶ ମଧ୍ୟ କରୋନରେ ଆକ୍ରାନ୍ତ ହୋଇଛନ୍ତି । ଏନେଇ ଖୋଦ୍ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ଟ୍ୱିଟ କରି ସୂଚନା ଦେଇଛନ୍ତି । ଏହା ସହ ସଂସ୍ପର୍ଶରେ ଆସିଥିବା ଲୋକଙ୍କୁ ଟେଷ୍ଟ କରିବା ଲାଗି ସେ ଅନୁରୋଧ କରିଛନ୍ତି ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |