କରୋନା ରେ ପୀଡ଼ିତ ହେଲେ ଗୃହମନ୍ତ୍ରୀ ଅମିତ ଶାହା

ନୂଆଦିଲ୍ଲୀ : କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହା କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏ ସଂପର୍କରେ ସେ ନିଜେ ଟ୍ଵିଟ କରି ସୂଚନା ଦେଇଛନ୍ତି ।
ଟ୍ଵିଟରରେ ସେ ଲେଖିଛନ୍ତି ଯେ କରୋନାର ପ୍ରାରମ୍ଭିକ ଲକ୍ଷଣ ଦେଖାଯିବା ପରେ ସେ ଟେଷ୍ଟ କରିଥିଲେ । ଟେଷ୍ଟରୁ ସେ କରୋନା ପଜିଟିଭ ଥିବା ଜଣାପଡ଼ିଛି । ତେବେ ତାଙ୍କର ସ୍ୱାସ୍ଥ୍ୟାବସ୍ଥା ଠିକ ଅଛି, କିନ୍ତୁ ଡାକ୍ତରଙ୍କ ପରାମର୍ଶକ୍ରମେ ସେ ଡାକ୍ତରଖାନାରେ ଚିକିତ୍ସା ପାଇଁ ଭର୍ତ୍ତି ହୋଇଛନ୍ତି । ଗତ କିଛି ଦିନ ଧରି ତାଙ୍କ ସଂପର୍କରେ ଆସିଥିବା ଲୋକମାନେ ସଙ୍ଗରୋଧରେ ରହିବା ସହ ଟେଷ୍ଟ କରିବାକୁ ସେ ଅନୁରୋଧ କରିଛନ୍ତି ।ଏହା ପୂର୍ବରୁ ଆଜି ରାମଜନ୍ମଭୂମି ତୀର୍ଥ କ୍ଷେତ୍ର ଟ୍ରଷ୍ଟ ର ମହାସଚିବ ଚମ୍ପକ ରାୟ କହିଥିଲେ ଯେ ଅମିତ ଶାହା ଆସନ୍ତା ୫ ତାରିଖରେ ହେବାକୁ ଥିବା ରାମ ମନ୍ଦିର ଭୂମିପୂଜନ ଉତ୍ସବରେ ଯୋଗ ଦେବେ ନାହିଁ । ସେ ପରବର୍ତ୍ତି ସମୟରେ ଅଯୋଧ୍ୟା ଗସ୍ତରେ ଆସିବେ ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!
%d bloggers like this: