କର୍ଣ୍ଣାଟକରେ ବସ୍ ଓଲଟି ୮ ମୃତ, ୨୦ରୁ ଅଧିକ ଗୁରୁତର

ବେଙ୍ଗାଲୁରୁ ୧୯/୦୩ :   କର୍ଣ୍ଣାଟକରେ   ତୁମକୁର ଜିଲ୍ଲାରେ ପାୱାଗଡ଼ା ନିକଟରେ ବସ୍ ଓଲଟିପଡିବାରୁ ୮ ଜଶଙ୍କର ମୃତ୍ୟୁ ହୋଇଥିବା ବେଳେ ୨୦ରୁ ଅଧିକ ଜଣ ଗୁରୁତର ଆହତ ହୋଇଛନ୍ତି । ସେମାନଙ୍କ ମଧ୍ୟରେ କିଛି ଛାତ୍ର ମଧ୍ୟ ସାମିଲ ଅଛନ୍ତି ।   ତୁମକୁର ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।  ତୁରକୁର ଜିଲ୍ଲାର ପାଭାଗଡା ନିକଟରେ ବସ୍ ଓଲଟି ପଡ଼ିବାରୁ ଆଠ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨୦ରୁ ଅଧିକ ଗୁରୁତର ଆହତ ହୋଇଛନ୍ତି । କେତେକ ଛାତ୍ର ମଧ୍ୟ ଏଥିରେ ଅନ୍ତର୍ଭୁକ୍ତ ।  ଦୁର୍ଘଟଣା ସମ୍ପର୍କରେ ସୂଚନା ପାଇବା ପରେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ପ୍ରାଥମିକ ଅନୁସନ୍ଧାନ ପରେ କହିଛି ଯେ ଡ୍ରାଇଭର ବସ୍ ଉପରେ ନିୟନ୍ତ୍ରଣ ହରାଇବାରୁ ଏହି ଦୁର୍ଘଟଣା ଘଟିଛି । ବସ୍‌ରେ ପ୍ରାୟ ୬୦ ଜଣ ଯାତ୍ରୀ ଥିଲେ । ପୋଲିସ ଅଧିକାରୀ କହିଛନ୍ତି ଯେ ୨୦ଜଣ ଆହତଙ୍କ ମଧ୍ୟରୁ ୮ଜଣଙ୍କୁ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ମୃତ ଓ ଆହତଙ୍କ ମଧ୍ୟରେ କିଛି ଛାତ୍ର ମଧ୍ୟ ଅଛନ୍ତି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!
%d bloggers like this: