କର୍ମଚାରୀଙ୍କୁ ମିଳିବ ସପ୍ତମ ବେତନ କମିସନର ଶେଷ ୨୦% ବକେୟା

ଭୁବନେଶ୍ବର, ୨୮/ ୩ : ସପ୍ତମ ବେତନ କମିଶନର ଆଉ ୨୦ ପ୍ରତିଶତ ବକେୟା ଅର୍ଥ ପ୍ରଦାନ କରିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ନେଇଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ସୋମବାର ଏ ସଂକ୍ରାନ୍ତରେ ସରକାରୀ ଘୋଷଣା ନାମା ପ୍ରକାଶ ପାଇଛି । ଏହାଦ୍ବାରା କର୍ମଚାରୀମାନେ ସପ୍ତମ ବେତନ କମିଶନ ଦରମା ବାବଦ ସଂପୂର୍ଣ୍ଣ ବକେୟା ରାଶି ପାଇପାରିବେ । ପୂର୍ବରୁ ଏହି ବକେୟାର ୮୦ ପ୍ରତିଶତ ପ୍ରଦାନ କରାଯାଇଛି । ଏହି ନିଷ୍ପତ୍ତି ଦ୍ବାରା ରାଜ୍ୟ ସରକାରଙ୍କ ୪ଲକ୍ଷ କର୍ମଚାରୀ ଉପକୃତ ହେବେ। ଏଥିପାଇଁ ୨୦୨୧-୨୨ ଅତିରିକ୍ତ ବଜେଟ୍ରେ ୮୫୦ କୋଟି ଟଙ୍କାର ବ୍ୟୟ ବରାଦ କରାଯାଇଛି । କର୍ମଚାରୀମାନେ ଏହି ବକେୟା ଅର୍ଥ ଚଳିତ ମାର୍ଚ୍ଚ ମାସ ଦରମାରେ ପାଇପାରିବେ । ରାଜ୍ୟ ସରକାର ସପ୍ତମ ବେତନ କମିଶନର ସୁପାରିଶକୁ ଗ୍ରହଣ କରି ଏହାକୁ ୨୦୧୬ ଜାନୁଆରୀ ମାସଠାରୁ ଲାଗୁ କରିଥିଲେ ଏବଂ ୨୦୧୭ ସେପ୍ଟେମ୍ବର ମାସଠାରୁ ବର୍ଦ୍ଧିତ ଦରମା ପ୍ରଦାନ କରିଥିଲେ।  କର୍ମଚାରୀମାନେ ସପ୍ତମ ବେତନ କମିସନ ସୁପାରିଶ ଅନୁଯାୟୀ ଜାନୁଆରୀ ୨୦୧୬ରୁ ଅଗଷ୍ଟ ୨୦୧୭ ମଧ୍ୟରେ ୨୦ ମାସର ବର୍ଦ୍ଧିତ ବକେୟା ଦରମା ବିଭିନ୍ନ କିସ୍ତିରେ ଦେବାକୁ ନିଷ୍ପତ୍ତି ହୋଇଥିଲା।  ଏହି ନିଷ୍ପତ୍ତି ଅନୁଯାୟୀ ୨୦୧୭-୧୮ରେ ୪୦ ପ୍ରତିଶତ, ୨୦୧୯-୨୦ରେ ୧୦ ପ୍ରତିଶତ ଓ ୨୦୨୧-୨୨ରେ ୩୦ ପ୍ରତିଶତ ବକେୟା ପ୍ରଦାନ କରାଯାଇଥିଲା।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!