ଢେଙ୍କାନାଳ,୧୩/୧୦ : ଆଜି ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ୧୨ ଘଣ୍ଟିଆ ବନ୍ଦ ରହିବ । ବରିଷ୍ଠ ଆଇନଜୀବି ଶସଧର ମାହାନ୍ତିଙ୍କ ଉପରେ ମରଣାତ୍ମକ ଆକ୍ରମଣ ପ୍ରତିବାଦରେ ଏହି ବନ୍ଦ ଡାକରା ଦିଆଯାଇଛି । ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଓକିଲ ସଂଘ ପକ୍ଷରୁ ଏହି ବନ୍ଦ ପାଳନ କରାଯିବ । ସହରର ଦୋକାନ ବଜାର ବନ୍ଦ ରହିବା ସହ ଗାଡ଼ି ମୋଟର ଚଳାଚଳ ସମ୍ପୂର୍ଣ୍ଣ ଭାବେ ଠପ୍ ହୋଇଯାଇଛି । ୫୩ ନମ୍ବର ଜାତୀୟ ରାଜପଥରେ ଗାଡ଼ି ଚଳାଚଳ ବନ୍ଦ ରହିଛି । ଏହି ବନ୍ଦକୁ ୧୨ ଟି ସଂଗଠନ ସମର୍ଥନ ଜଣାଇଛି |
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |