ଆଗ୍ରା,୧୧।୦୩: ଉତ୍ତର ପ୍ରଦେଶ ଆଗ୍ରାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର୍-ଟ୍ରକ୍ ମଧ୍ୟରେ ଧକ୍କା ହେବା ଯୋଗୁ ୮ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୪ ଜଣ ଗୁରୁତର ଆହତ ହୋଇଛନ୍ତି। ଗୁରୁତରଙ୍କୁ ସ୍ଥାନୀୟ ହସ୍ପିଟାଲ୍ରେ ଭର୍ତ୍ତି କରାଯାଇଛି। ଆଜି ସକାଳେ Etmauddaula ଅଞ୍ଚଳରେ ଏହି ଦୁର୍ଘଟଣା ଘଟିଛି। ପୋଲିସ୍ ସୂଚନା ଅନୁସାରେ, ଟ୍ରକ୍ଟି ନାଗାଲ୍ୟାଣ୍ଡର ହୋଇଥିବା ବେଳେ କାର୍ର ରେଜିଷ୍ଟ୍ରେସନ ନମ୍ବର ଝାଡ଼ଖଣ୍ଡର ବୋଲି ଜଣାପଡ଼ିଛି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |