ପଟ୍ଟାମୁଣ୍ଡାଇ, ୧୫/୦୬ : କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଲକ ସିଂହଗାଁ ପଞ୍ଚାୟତ ରାଉଳିଆ ଗାଁରେ କୁମ୍ଭୀର ମୁହଁରୁ ଫେରିଲେ ମହିଳା ମହିଳାଙ୍କ ଗୋଡ଼ରେ ଗଭୀର କ୍ଷତ ସୃଷ୍ଟି ହୋଇଛି। ପଟ୍ଟାମୁଣ୍ଡାଇ ବ୍ଲକ ସିଂହଗାଁ ପଞ୍ଚାୟତ ରାଉଳିଆ ଗାଁର ମଞ୍ଜୁଲତା ସାମଲ କଣ୍ଠିଆ ନଦୀକୁ ଗାଧୋଇବାକୁ ଯାଇଥିବା ବେଳେ ତାଙ୍କ ଉପରକୁ ଏକ କୁମ୍ଭୀର ଆକ୍ରମଣ କରିଛି। ତେବେ ମଞ୍ଜୁଲତା କୁମ୍ଭୀର ହାବୁଡ଼ରୁ କୌଶଳ କ୍ରମେ ଖସି ଆସିଛନ୍ତି। ତାଙ୍କ ଗୋଡ଼ରେ ଗଭୀର କ୍ଷତ ସୃଷ୍ଟି ହୋଇଛି। ମହିଳାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ପ୍ରଥମେ କେନ୍ଦ୍ରାପଡ଼ା ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଠାରେ ସ୍ଵାସ୍ଥ୍ୟାବସ୍ଥା ବିଗିଡ଼ିବାରୁ ତାଙ୍କୁ କଟକ ସ୍ଥାନାନ୍ତର କରାଯାଇଛି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |