ନବରଙ୍ଗପୁର୧/୬( ମିହିର ଶଙ୍କର ପାତ୍ର):-ନବରଙ୍ଗପୁର ଜିଲ୍ଲା ରାଇଘର ବ୍ଲକ ଅନ୍ତର୍ଗତ ହାଟଭରାଣ୍ଡି ପଂଚାୟତରସୋନାରପାରା ଗ୍ରାମରେ କୂଅ ସଫା କରିବାକୁ ଯାଇ ଦୁଇଜଣଙ୍କ ଶ୍ୱାସରୁଦ୍ଧ ଯୋଗୁଁ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଗୁରୁତର ଅବସ୍ଥାରେ ହାଟଭରାଣ୍ଡି ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସିତ ହେଉଥିବା ଜଣାପଡିଛି l
ସୂଚନା ଅନୁଯାୟୀ ଆଜି ସୋନାରପାରା ଗ୍ରାମର ରାଜୁ କେଉଟଙ୍କ କୂଅ ଟିକୁ ସଫା କରିବାକୁ ସେହି ଗ୍ରାମର ହେମରଜ ହାଲବା ଓ ଅନୁପ କେଉଟଙ୍କ ସହିତ ତା ଭିତରେ ପଶି ଥିଲେ l କୂଅ ଭିତରେ ପାଣି କମ୍ ଥିବା ବେଳେ ସେଠାରେ ସେମାନେ ସଫେଇ କାମ ଆରମ୍ଭ କରିଥିଲେ | କିଛି ସମୟ ମଧ୍ୟରେ ସେମାନେ ଶ୍ୱାସରୁଦ୍ଧ ହୋଇ ଛଟପଟ ହୋଇଥିଲେ l କୂଅ ବାହାରେ ଥାଇ ଦେଖୁଥିବା ଲୋକେ ଉଦ୍ଧାର କରିବାକୁ ଯାଇ ବିଫଳ ହେବା ପରେ କୁନ୍ଦେଇ ପୁଲିସ ଓ ରାଇଘର ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ | ଘଟଣା ସ୍ଥଳରେ ଦମକଳ ବାହିନୀ ପହଞ୍ଚି ସେମାନଙ୍କୁ ଉଦ୍ଧାର କରିବା ବେଳକୁ ହେମରାଜ ଓ ଅନୁପ ମୃତ୍ୟୁବରଣ କରି ସାରିଥିଲେ l ଅପରପକ୍ଷରେ ରାଜୁଙ୍କୁ ଉଦ୍ଧାର କରିବା ପରେ ସେ ଗୁରୁତର ଥିବାରୁ ତାଙ୍କୁ ହାଟଭରାଣ୍ଡି ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା | ଖବର ପାଇ କୁନ୍ଦେଇ ଥାନା ଅଧିକାରୀ ଫକୀର ମୋହନ ଖରା, ରାଇଘର ତହସିଲଦାର ଜଗୁ ପୁଜାରୀ,ବିଡିଓ ଦେବେନ୍ଦ୍ର ପ୍ରସାଦ ବଳ ପ୍ରମୁଖ ଘଟଣାସ୍ଥଳରେ ପହଞ୍ଚିଥିଲେ l ରାଜୁ କେଉଟଙ୍କ ସ୍ବାସ୍ଥ୍ୟ ଅବସ୍ଥା ସ୍ଥିର ଥିବା ଜଣାପଡିଛି ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |