କେନ୍ଦୁପତ୍ର ତୋଳାଳିଙ୍କ ପାଇଁ ପ୍ୟାକେଜ୍‌ ଘୋଷଣା

ଭୁବନେଶ୍ବର,୨୩।୧୧ : ରାଜ୍ୟର କେନ୍ଦୁପତ୍ର ତୋଳାଳୀ ଓ କର୍ମଚାରୀ ମାନଙ୍କ କଲ୍ୟାଣ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବଡ ଘୋଷଣା କରିଛନ୍ତି।    ପ୍ରଥମ ପର୍ଯ୍ୟାୟରେ ପ୍ରତି ତୋଳାଳିଙ୍କୁ ୧୦୦୦ ଟଙ୍କା ଦିଆଯିବ। ଏଥିସହ ପ୍ରତ୍ୟେକ ସିଜନାଲ ଷ୍ଟାଫ୍ ଓ ବନ୍ଧାଳିଙ୍କୁ ୧୫୦୦ ଟଙ୍କା ଲେଖାଏଁ ଦିଆଯିବ। ସବୁ କେନ୍ଦୁପତ୍ର ତୋଳାଳି ଓ କର୍ମଚାରୀଙ୍କୁ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ସାମିଲ କରାଯିବ। କେନ୍ଦୁପତ୍ର ତୋଳାଳି ଓ କର୍ମଚାରୀଙ୍କ ପିଲାଙ୍କୁ ବୃତ୍ତି ପ୍ରଦାନ କରିବାକୁ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି।  ତାେଳାଳୀ ଓ କର୍ମଚାରୀ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯାେଜନାରେ ସାମିଲ ହେବେ । ଏଥି ସହିତ କେନ୍ଦୁପତ୍ର ତୋଳାଳୀଙ୍କ ପିଲା ମାନଙ୍କୁ ଶିକ୍ଷା ପାଇଁ ବୃତ୍ତି ମିଳିବ। ଏଥି ସହିତ ସମସ୍ତ କେନ୍ଦୁପତ୍ର ତୋଳାଳୀଙ୍କୁ ମିଳିବ ପରିଚୟପତ୍ର । ସର୍କଲ ଚେକରସ ଓ ବାଇଣ୍ଡିଂ ଚେକରସଙ୍କ ଗ୍ରାଚୁଇଟି ଦେୟ ୭ ଦିନରୁ ୧୫ ଦିନକୁ ବଢ଼ିବ । ଏଥି ସହିତ କେନ୍ଦୁପତ୍ର ଉପରୁ ଜିଏସଟି ଉଚ୍ଛେଦ ପାଇଁ କେନ୍ଦ୍ର ନିକଟରେ ମୁଖ୍ୟମନ୍ତ୍ରୀ ଦାବି ରଖିଛନ୍ତି। ଏନେଇ ଘୋଷଣା କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ‘ ଆପଣମାନେ ଜାଣନ୍ତି, ଆମ ରାଜ୍ୟରେ ଆଠ ଲକ୍ଷ କେନ୍ଦୁପତ୍ର ତୋଳାଳୀ ଓ କର୍ମଚାରୀଙ୍କ ଅଛନ୍ତି।ଏମାନେ ଗରିବ ଲୋକ ।ବହୁ ଜନଜାତି ମା ମାନେ ମଧ୍ଯ କେନ୍ଦୁପତ୍ର ତୋଳିବା କାମ କରନ୍ତି। କେନ୍ଦୁପତ୍ର ତୋଳାଳୀ ଓ କର୍ମଚାରୀଙ୍କ କଲ୍ୟାଣ ପାଇଁ ମୋ ସରକାର ସବୁବେଳେ କାମ କରି ଆସୁଛି। ଓଡିଶା ହେଉଛି ଦେଶର ପ୍ରଥମ ରାଜ୍ୟ ଯେଉଁଠାରେ କେନ୍ଦୁପତ୍ର ତୋଳାଳୀ ମାନଙ୍କୁ ବୋନସ ଦିଆଯାଉଛି। ଆମର ଏହି ନୀତି ଅନ୍ୟ ରାଜ୍ୟ ମାନଙ୍କ ପାଇଁ ମଡେଲ ହୋଇଛି। ଗତ ସପ୍ତାହ ମଧ୍ୟରେ ମୁଁ କେନ୍ଦୁପତ୍ର ତୋଳାଳୀ ମାନଙ୍କ ବିଭିନ୍ନ ସମସ୍ୟା ସଂପର୍କରେ ତିନି ତିନିଥର ଆଲୋଚନା କରିଛି । ଏହି ଆଲୋଚନା ପରେ କେନ୍ଦୁପତ୍ର ତୋଳାଳୀ ଓ କର୍ମଚାରୀଙ୍କ ସ୍ବାର୍ଥ କୁ ଦୃଷ୍ଟି ରେ ରଖି  ଏହି ପ୍ୟାକେଜ ଘୋଷଣା କରୁଛି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!
%d bloggers like this: