କେନ୍ଦ୍ରାପଡ଼ାରେ ଷ୍ଟିଲ ପ୍ଲାଣ୍ଟ ପ୍ରତିଷ୍ଠା କରିବ ଆର୍ସେଲର ମିତ୍ତଲ, ୫୦ ହଜାର କୋଟି ନିବେଶ କରିବ

ଭୁବନେଶ୍ବର୪/୩ : କେନ୍ଦ୍ରାପଡ଼ା ଜିଲ୍ଲାରେ ଏକ ଷ୍ଟିଲ ପ୍ଲାଣ୍ଟ ପ୍ରତିଷ୍ଠା କରିବାକୁ ବିଶ୍ବର ବୃହତ୍ତମ ଷ୍ଟିଲ କମ୍ପାନି ଆର୍ସେଲର ମିତ୍ତଲ-ନିପ୍ପନ ଷ୍ଟିଲ ଓଡ଼ିଶା ସରକାରଙ୍କ ସହ ଏମଓୟୁ କରିଛି । ଏହି ଷ୍ଟିଲ ପ୍ଲାଣ୍ଟର କ୍ଷମତା ବାର୍ଷିକ ୧୨ ନିୟୁତ ଟନ ବିଶିଷ୍ଟ ହେବ ଓ ଏହି ପ୍ରକଳ୍ପରେ କମ୍ପାନି ପ୍ରାୟ ୫୦ ହଜାର କୋଟି ଟଙ୍କାର ପୁଞ୍ଜିନିବେଶ କରିବ । ଆଜି ଲୋକସେବା ଭବନର ସମ୍ମିଳନୀ କକ୍ଷରେ ଆୟୋଜିତ ଏକ ସମାରୋହରେ ଏହି ଏମଓୟୁ (ବୁଝାମଣାପତ୍ର) ସ୍ବାକ୍ଷରିତ ହୋଇଯାଇଛି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ କମ୍ପାନିର ଅଧ୍ୟକ୍ଷ ଲକ୍ଷ୍ମୀ ନିବାସ ମିତ୍ତଲ ଉପସ୍ଥିତ ଥିଲେ । ଏହି ଏମଓୟୁ ପୂର୍ବରୁ ଆଜି ଶ୍ରୀ ମିତ୍ତଲ ନବୀନ ନିବାସ ଯାଇ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରିଥିଲେ । ଗତ ମଙ୍ଗଳବାର ସେ କେନ୍ଦ୍ର ଇସ୍ପାତ ଓ ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଭେଟିଥିଲେ ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!
%d bloggers like this: