କେନ୍ଦ୍ରାପଡା ମହାବିଦ୍ୟାଳୟରେ ଶିକ୍ଷକମାନଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

କେନ୍ଦ୍ରାପଡ଼ା,୨୩ା୩: କେନ୍ଦ୍ରାପଡା ସ୍ୱୟଂ ଶାସିତ ମହାବିଦ୍ୟାଳୟରେ ଶିକ୍ଷକମାନଙ୍କର ଏକ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ମହାବିଦ୍ୟାଳୟ ସଭାଗୃହରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମକୁ ମହାବିଦ୍ୟାଳୟର ଅଧ୍ୟକ୍ଷ ପ୍ରଫେସର ଡଃ. ରାଜେନ୍ଦ୍ର ପ୍ରସାଦ ତ୍ରିପାଠୀ ଉଦଘାଟନ କରିଥିଲେ । ଭୁବନେଶ୍ୱର ବିରଳା ଗ୍ଲୋବାଲ ବିଶ୍ୱବିଦ୍ୟାଳୟର ପ୍ରଥମ କୁଳପତି ପ୍ରଫେସର ସୁଧାଇ ପଣ୍ଡା ଏହି ପ୍ରଶିକ୍ଷଣ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ କୋଭିଡ-୧୯ ମହାମାରୀ ବିଶ୍ୱ ଓ ଭାରତର ଅର୍ଥନୀତି ଉପରେ ପ୍ରଭାବର ଆଲୋକପାତ କରିଥିଲେ । ଆହ୍ଲାବାଦ ବିଶ୍ୱବିଦ୍ୟାଳୟର ପ୍ରଫେସର ପି.କେ. ଘୋଷ ଏହି କାର୍ଯ୍ୟକ୍ରମରେ ମୁଖ୍ୟବକ୍ତା ଭାବେ ଯୋଗଦେଇ ଅତୀତ, ବର୍ତ୍ତମାନ ଓ ଭବିଷ୍ୟତର ଜ୍ଞାନ କୈାଶଳ ଉପରେ ଆଲୋକପାତ କରିଥିଲେ । ଏହି ପ୍ରଶିକ୍ଷଣ କାର୍ଯ୍ୟକ୍ରମରେ ମହାବିଦ୍ୟାଳୟ ଉପାଧ୍ୟକ୍ଷ ପ୍ରଫେସର ଗୋପାଳ ଚନ୍ଦ୍ର ବେହେରା ଯୋଗଦେଇ ଶିକ୍ଷକମାନଙ୍କର ଜ୍ଞାନ କୈାଶଳର ଆବଶ୍ୟକତା ଉପରେ ମତ ରଖିଥିଲେ । ଏହି କାର୍ଯ୍ୟକ୍ରମରେ ମହାବିଦ୍ୟାଳୟର ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗର ସଂଯୋଜକ ଡଃ. ପ୍ରଭାକର ମଲ୍ଲିକ ଅତିଥି ପରିଚୟ ପ୍ରଦାନ କରିଥିଲେ । କାର୍ଯ୍ୟକ୍ରମରେ ମହାବିଦ୍ୟାଳୟର ସମସ୍ତ ଅଧ୍ୟାପକ ଓ ଅଧ୍ୟାପିକାମାନେ ଅଂଶଗ୍ରହଣ କରିଥିଲେ । ମହାବିଦ୍ୟାଳୟ ପରିଚାଳନା କମିଟି ସଦସ୍ୟ ଅଧ୍ୟାପକ ଅଜୟ କୁମାର ସାମଲ ଏଥିରେ ଯୋଗଦେଇଥିଲେ । ଶେଷରେ ଅଧ୍ୟାପକ ଦେବକାନ୍ତ ଷଡଙ୍ଗୀ ଧନ୍ୟବାଦ ଅର୍ପଣ କରିଥିଲେ ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!
%d bloggers like this: