କୋଭିଡ୍‌ର ଅନ୍ତ ହେବନାହିଁ : ସ୍ଵାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ବର, ୨୬।୧:ରାଜ୍ୟରେ କରୋନା ସଂକ୍ରମଣ ପୂର୍ବ ଅପେକ୍ଷା ସାମାନ୍ୟ କମିଛି ।  ରାଜ୍ୟରେ ସଂକ୍ରମଣ ସ୍ଥିତି ନେଇ ପ୍ରତିକ୍ରିୟା ରଖିଛନ୍ତି ସ୍ଵାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର । କୋଭିଡର କେବେ ବି ଅନ୍ତ ଅନ୍ତ ହେବନାହିଁ । ଭାଇରସ୍ ର ଗୋଟିଏ ପରେ ଗୋଟିଏ ଭାରିଆଣ୍ଟ ଆସିବ । କାରଣ ଭାଇରସ୍ ତାର ଚରିତ୍ର ବଦଳାଇ ଥାଏ । ଆଲଫା ପରେ ଡେଲଟା ଓ ତାର ସବ୍ ଭାରିଆଣ୍ଟ ଆସିଲା ତାପରେ ଓମିକ୍ରନ୍ ଏବଂ ତାର ସବ୍ ଭାରିଆଣ୍ଟ ଆସିଛି । ଏମିତି ବି ଏବେ ହୋଇଥିବ ଅନେକ ନୂଆ ଭାରିଆଣ୍ଟ ଥିବ ଆମେ ଜାଣି ନଥିବା । ଓମିକ୍ରନର ପ୍ରଭାବ କମିଗଲେ ହୁଏତ ନୂଆ ଭାରିଆଣ୍ଟ ଆସିପାରେ । ବର୍ତ୍ତମାନ ବି କୋଭିଡ୍ ଉପରେ ଗବେଷଣା ଚାଲିଛି ବୋଲି ସ୍ଵାସ୍ଥ୍ୟ ନିର୍ଦ୍ଦେଶକ କହିଛନ୍ତି ।ଯେବେ ପାଣ୍ଡେମିକ୍ ବା କୌଣସି ଭାରିଆଣ୍ଟ ଖସେ ତାହା ତଳ ଉପର ହୋଇଥାଏ । ରାଜ୍ୟରେ ବର୍ତ୍ତମାନ ସଂକ୍ରମଣ ତଳ ଉପର ହେବାରେ ଲାଗିଛି । ମାତ୍ର ଏଥିପାଇଁ ଆତଙ୍କିତ ହେବାର ଆବଶ୍ୟକତା ନାହିଁ ବୋଲି ବିଜୟ ମହାପାତ୍ର କହିଛନ୍ତି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!
%d bloggers like this: