କୋଭିଡ୍ କଟକଣାରେ ପ୍ରଭୁ ଶ୍ରୀଲିଙ୍ଗରାଜ ପୀଠରେ ରାତି ୧୦ଟାରେ ଉଠିବ ମହାଦୀପ

ଭୁବନେଶ୍ବର ୬।୩: ଭୁବନେଶ୍ବରର ପ୍ରସିଦ୍ଧ ଶୈବପୀଠ ଶ୍ରୀଲିଙ୍ଗରାଜଙ୍କ ମନ୍ଦିରରେ ଅନୁଷ୍ଠିତ ହେବ ଜାଗର ଯାତ୍ରା । ମହାଶିବରାତ୍ରୀ ଅବସରରେ ଚଳିତ ବର୍ଷ ରାତି ୧୦ଟାରେ ମହାଦୀପ ଉଠିବା ନେଇ ସମୟ ନିର୍ଦ୍ଧାରଣ କରାଯାଇଛି । ଚଳିତ ଥର କୋଭିଡ୍ କଟକଣାକୁ ଦୃଷ୍ଟିରେ ରଖି ଶ୍ରଦ୍ଧାଳୁମାନେ ଜାଗର ଜାଳିବା ନେଇ କୁହାଯାଇଛି । ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ଜାଗର ଯାତ୍ରା ପାଇଁ ଅନୁଷ୍ଠିତ ପ୍ରସ୍ତୁତି ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି ।   ମହାଦୀପ ଉଠିବା ପରେ ମନ୍ଦିର ବାହାରେ ଥିବା ଭକ୍ତଙ୍କୁ ପ୍ରଭୁ ଲିଙ୍ଗରାଜଙ୍କ ଦର୍ଶନକୁ ବାରଣ କରାଯାଇଛି । ପୋଲିସ କମିଶନରଙ୍କ ଅଧ୍ୟକ୍ଷତାରେ ବୈଠକ ଅନୁଷ୍ଠିତ ହୋଇଥିଲା । ବୈଠକ ପରେ ଭୁବନେଶ୍ବର ଡିସିପି ଓ ଏଡିଏମ୍ ଏହି ସୂଚନା ଦେଇଛନ୍ତି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!
%d bloggers like this: