ପୁରୀ ୧୪।୦୩: ଶ୍ରୀମନ୍ଦିର ଭିତରେ ପଶି ଜୋର ଜବରଦସ୍ତ ଭାବେ ରୋହିଣୀ କୁଣ୍ତର ପଟ୍ଟା ଖୋଲି ଜଳ ସିଞ୍ଚନ କରିବାକୁ ଉଦ୍ୟମ କରିବାକୁ ଯାଇ ମାଡ ଖାଇଲେ ନାଗା ସାଧୁ। ଏନେଇ ଥାନାରେ କୌଣସି ଅଭିଯୋଗ ହୋଇ ନାହିଁ। ଜେଟିପି ବାରଣ କରିବାରୁ ବିଶୃଙ୍ଖଳା ସୃଷ୍ଟି କରିଥିଲେ ନାଗାସାଧୁ ବୈଷ୍ଣବପୁରୀ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସିଂହଦ୍ଵାର ଥାନାରେ ଏତଲା ଦାୟର କରାଯାଇଛି ।ମାତ୍ର ଅସୁସ୍ଥତା ଦର୍ଶାଇ ମେଡିକାଲରେ ଭର୍ତ୍ତି ହୋଇଛନ୍ତି ନାଗା ସାଧୁ ବୈଷ୍ଣବପୁରୀ। ସୂଚନା ଅନୁଯାୟୀ ରବିବାର କୋଭିଡ୍ ପାଇଁ ଦୀର୍ଘ ଦିନ ହେବ ବନ୍ଦ ପଡିଥିବା ରୋହିଣୀ କୁଣ୍ତର ପଟ୍ଟା ଖୋଲି ଜଳ ସିଞ୍ଚନ କରିବାକୁ ଉଦ୍ୟମ କରିଥିଲେ ନାଗା ସାଧୁ। ସେଠାରେ ମୁତୟନ ଥିବା ଜେଟିପି ବାରଣ କରିବାରୁ କଥା କଟାକଟି ହୋଇଥିଲା ଏବଂ କଥା ହାତାହାତି ପର୍ଯ୍ୟନ୍ତ ଯାଇଥିଲା। ନାଗା ସାଧୁ ବୈଷ୍ଣବ ତାଙ୍କୁ ସମ୍ପୃକ୍ତ ଜେଟିପି ଆକ୍ରମଣ କରିଥିବା ଅଭିଯୋଗ କରିଛନ୍ତି। ଆହତ ନାଗା ସାଧୁଙ୍କୁ ଚିକିତ୍ସା ପାଇଁ ପୁରୀ ସଦର ମୁଖ୍ୟ ଚିକିତ୍ସାଳୟ ମେଡିସିନ୍ ୱାର୍ଡରେ ଭର୍ତ୍ତି କରାଯାଇଛି। ଏନେଇ ଥାନାରେ କୌଣସି ଅଭିଯୋଗ ହୋଇନାହିଁ। ବିଭିନ୍ନ ସମୟରେ ଶ୍ରୀମନ୍ଦିର ଓ ଅନ୍ୟାନ୍ୟ ସ୍ଥାନରେ ଏଭଳି ଆଚରଣ କରି ଚର୍ଚ୍ଚାରେ ରହି ଆସିଛନ୍ତି ନାଗାସାଧୁ ବୈଷ୍ଣବପୁରୀ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |