କ୍ଷେତରେ କାମ କରୁଥିବା ବେଳେ ବଜ୍ରପାତରେ ଯୁବକଙ୍କ ମୃତ୍ୟୁ

କର୍ଲାମୁଣ୍ଡା,୬।୯: କ୍ଷେତରେ କାମ କରୁଥିବା ବେଳେ ହଠାତ ବଜ୍ରପାତ ହେବାରୁ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ଯୁବକ ଜଣକ ହେଲେ ପୌରକେଲା ଗ୍ରାମର ଲିଙ୍ଗରାଜ ରଣା। କର୍ଲାମୁଣ୍ଡା ବ୍ଲକର ପୌରକେଲା ଗ୍ରାମର ଲିଙ୍ଗରାଜ ରଣା (୩୭ )ନିଜ କ୍ଷେତରେ ଥିବାବେଳେ ହଠାତ ବଜ୍ରପାତ ଘଟି ତାଙ୍କର ମୃତ୍ୟୁ ଘଟିଛି l ଖବର ପାଇ ରିଷିଡା ଫାଣ୍ଡିଅଧିକାରୀ କ୍ଷୀରସିନ୍ଧୁ ମାଝୀ ଘଟଣାସ୍ଥଳ ରେ ପହଂଚି ଶବ ଜବତ କରିଛନ୍ତି l ଆସନ୍ତାକାଲି ମ. ରାମପୁର ଠାରେ ଶବବ୍ୟବଚ୍ଛେଦ ହେବ ବୋଲି ଜଣାଯାଇଛି l ଲିଙ୍ଗରାଜଙ୍କ ପତ୍ନୀ ସମେତ ଗୋଟିଏ ପୁଅ ଓ ଗୋଟିଏ ଝିଅ ଅଛନ୍ତି l ମୃତକଙ୍କ ପରିବାରକୁ ସହାୟତା ରାଶି ପ୍ରଦାନ କରିବାକୁ ଦାବୀ ହେଉଛି l

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!
%d bloggers like this: