ଭୁବନେଶ୍ୱର ,୧୪।୦୩: ରାଜ୍ୟରେ ଗୋଟିଏ ପରେ ଗୋଟିଏ ଜଙ୍ଗଲରେ ନିଆଁ ଲାଗୁଥିବା ଦେଖାଯାଇଛି। ନିକଟରେ ଶିମିଳିପାଳ ଅଭୟାରଣ୍ୟରେ ଲାଗିଥିବା ନିଆଁ ବହୁ କଷ୍ଟରେ ଆୟତ୍ତ ହୋଇଥିବା ବେଳେ କେତେକ ସ୍ଥାନରେ ଏବେବି ନିଆଁ ଜଳୁଛି। ଏହି କ୍ରମରେ ଖୋର୍ଦ୍ଧା ବରୁଣେଇ ପାହାଡ଼ରେ ନିଆଁ ଲାଗିଥିବା ରବିବାର ଦେଖିବାକୁ ମିଳିଛି। ରବିବାର ଦିନ ଖୋର୍ଦ୍ଧା ଜିଲ୍ଲା ବରୁଣେଇ ଜଙ୍ଗଲରେ ନିଆଁ ଲାଗିଥିବାର କିଛି ଲୋକ ଦେଖିଥିଲେ । ଏହାପରେ ତୁରନ୍ତ ଅଗ୍ନିଶମ ବାହିନୀକୁ ଖବର ଦେଇଥିଲା । ନିଆଁ ଲାଗିବା ଖବର ପାଇ ଅଗ୍ନିଶମ ବାହିନୀ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛି । ତେବେ ବଡ଼ଧରଣର କ୍ଷୟକ୍ଷତି ହୋଇନଥିବା ବନବିଭାଗ ପକ୍ଷରୁ ସୂଚନା ମିଳିଛି । ସେପଟେ ଘଟଣାସ୍ଥଳରେ ଗୋଟିଏ ଦମକଳ ଗାଡି ନିୟୋଜିତ ରହିଛି ।ପାହାଡ଼ର ଗଡ଼ଖୋର୍ଦ୍ଧା ପଟୁ ନିଆଁ ଲାଗିଥିବା ଜଣାପଡ଼ିଛି। ନିଆଁ ଆୟତ୍ତ ପାଇଁ ଅଗ୍ନିଶମ ବାହିନୀର ଉଦ୍ୟମ ଜାରି ରହିଛି। ତେବେ ନିଆଁ ଲାଗିବାର ପ୍ରକୃତ କାରଣ ଏଯାବତ୍ ଜଣାପଡ଼ିନାହିଁ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |