ଖୋଲିଲା ହୀରାକୁଦ ଜଳଭଣ୍ଡାରର ଆଉ ୬ଟି ଗେଟ୍

ସମ୍ବଲପୁର ୧୫।୯: ଉପରମୁଣ୍ଡରେ ବର୍ଷ|କୁ ଦୃଷ୍ଟିରେ ରଖି ହୀରାକୁଦ ଜଳଭଣ୍ଡାରର ଆଉ ୬ଟି ଗେଟ୍ ଖୋଲାଯାଇଛି । ଏହାପରେ ମୋଟ୍ ୧୨ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି ରହିଛି । ହୀରାକୁଦର ଜଳଭଣ୍ଡାରର ସର୍ବୋଚ୍ଚ ଜଳଧାରଣ କ୍ଷମତା ୬୩୦ ଫୁଟ ରହିଥିବା ବେଳେ ବର୍ତ୍ତମାନ ୬୨୮.୧୦ ଫୁଟ ଜଳସ୍ତର ରହିଛି । ସକାଳ ୬ଟା ସୁଦ୍ଧା ହୀରାକୁଦ ଜଳଭଣ୍ଡାରର ଜଳସ୍ତର ୬୨୭.୮୩ ଫୁଟ ରହିଥିଲା । ପ୍ରତି ସେକେଣ୍ଡରେ ଜଳଭଣ୍ଡାର ମଧ୍ୟକୁ ୨ ଲକ୍ଷ ୬୦ ହଜାର ୬୦୯ କ୍ୟୁସେକ୍ ଜଳ ପ୍ରବେଶ କରୁଥିବା ବେଳେ ଜଳଭଣ୍ଡାର ମଧ୍ୟରୁ ୧ ଲକ୍ଷ ୨୭ ହଜାର ୧୯୪ କ୍ୟୁସେକ୍ ଜଳ ନିଷ୍କାସିତ ହେଉଥିଲା

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!
%d bloggers like this: