ଗଞ୍ଜାମ,୦୮/୦୬: ଗଞ୍ଜାମରେ ରାଜନୈତିକ ହିଂସା । ଗଞ୍ଜାମ ଜିଲ୍ଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ ଜାମୁନୀ ପଞ୍ଚାୟତରେ ମଙ୍ଗଳବାର ରାତିରେ ଗୋଷ୍ଠୀ ସଙ୍ଘର୍ଷ ହୋଇଛି। ଏହି ଗୋଷ୍ଠୀ ସଙ୍ଘର୍ଷରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଆହତ ହୋଇଛନ୍ତି। ଆହତଙ୍କୁ ଉଦ୍ଧାର କରାଯାଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଗଞ୍ଜାମରେ ରାଜନୈତିକ ହିଂସାରେ ୩ ମାସରେ ଗଲାଣି ୭ ଜୀଵନ। ଏହି ହିଂସାରେ ଏକାଧିକ ଆହତ ହୋଇଥିବା ବେଳେ ଆଇନଶୃଙ୍ଖଳା ପରିସ୍ଥିତି ଵିପର୍ଯ୍ୟସ୍ତ ପାଲଟିଛି। ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ ଜାମୁନୀ ପଞ୍ଚାୟତରେ ମଙ୍ଗଳବାର ରାତିରେ ଯୋଗେଶ ଓ ତାଙ୍କ ସାଙ୍ଗ ନନ୍ଦିକ ଗ୍ରାମରୁ ନାଚ ଦେଖି ଫେରୁଥିଲେ। ଏତିକି ବେଳେ ପୂର୍ବରୁ ପ୍ରସ୍ତୁତ ହୋଇ ରହିଥିବା ବିରୋଧୀ ଗୋଷ୍ଠୀ ସେମାନଙ୍କ ଉପରକୁ ଅତର୍କିତ ଆକ୍ରମଣ କରିଥିଲେ। ଫଳରେ ଦୁଇ ଗୋଷ୍ଠୀ ମଧ୍ୟରେ ସଙ୍ଘର୍ଷ ହୋଇଥିଲା। ଏହି ଗୋଷ୍ଠୀ ସଙ୍ଘର୍ଷରେ ଯୋଗେଶ୍ୱର ବେହେରାଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଥିବା ବେଳେ ଅଜିତ ପ୍ରାଣିଗ୍ରାହୀ ଗୁରୁତର ଆହତ ହୋଇଛନ୍ତି। ତାଙ୍କୁ ଉଦ୍ଧାର କରାଯାଇ ପ୍ରଥମେ ବ୍ରହ୍ମପୁର ମେଡିକାଲରେ ଭର୍ତ୍ତି କରାଯାଇଥିଲା। ପରେ ସ୍ଵାସ୍ଥ୍ୟାବସ୍ଥା ବିଗିଡ଼ିବାରୁ ତାଙ୍କୁ ବିଶାଖାପାଟଣା ସ୍ଥାନାନ୍ତର କରାଯାଇଛି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |