ନୂଆଦିଲ୍ଲୀ,୦୨/୧୦ : ଆଜି ମହାତ୍ମା ଗାନ୍ଧୀ ଓ ପୂର୍ବତନ ପ୍ରଧାନମନ୍ତ୍ରୀ ଶାସ୍ତ୍ରୀଜୀଙ୍କ ଜୟନ୍ତୀ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଏ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଟୁଇଟ୍ କରି କହିଛନ୍ତି, ଜନ୍ମ-ଜୟନ୍ତୀ ଉପଲକ୍ଷେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କୁ ବିନମ୍ର ଶ୍ରଦ୍ଧାଞ୍ଜଳି। ପୂଜ୍ୟ ବାପୁଙ୍କ ଜୀବନ ଓ ଆଦର୍ଶ ଦେଶର ସମସ୍ତ ପିଢ଼ିଙ୍କୁ କର୍ତ୍ତବ୍ୟ ପଥରେ ଅଗ୍ରସର ହେବାକୁ ପ୍ରେରଣା ଦେଉଥିବ। ସେହିଭଳି ଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲ୍ ବାହାଦୁର ଶାସ୍ତ୍ରୀଙ୍କ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି ଜଣାଇ ପ୍ରଧାନମନ୍ତ୍ରୀ ମୋଦୀ ଟୁଇଟ୍ କରିଛନ୍ତି, ଜୟନ୍ତୀ ଅବସରରେ ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲ୍ବାହାଦୁର ଶାସ୍ତ୍ରୀଜୀଙ୍କୁ ଶତ-ଶତ ପ୍ରଣାମ। ମୂଲ୍ୟବୋଧ ଏବଂ ସିଦ୍ଧାନ୍ତ ଉପରେ ପର୍ଯ୍ୟବେଶିତ ତାଙ୍କ ଜୀବନ ଦେଶବାସୀଙ୍କ ପାଇଁ ସଦାସର୍ବଦା ପ୍ରେରଣାର ସ୍ରୋତ ହୋଇ ରହିବ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |