ଗୁଜରାଟ ବିଧାନସଭା ନିର୍ବାଚନ ପାଇଁ ପ୍ରଥମ ପର୍ଯ୍ୟାୟ ମତଦାନ ଆରମ୍ଭ

ନୂଆଦିଲ୍ଲୀ, ୦୧/ ୧୨: ଗୁଜରାଟ ବିଧାନସଭା ନିର୍ବାଚନ ପାଇଁ ପ୍ରଥମ ପର୍ଯ୍ୟାୟ ମତଦାନ ଆରମ୍ଭ ହୋଇଛି । ସକାଳ ୮ଟା ରୁ ଭୋଟିଂ ପ୍ରକ୍ରିୟା ଆରମ୍ଭ କରାଯାଇଛି । ସନ୍ଧ୍ୟା ୫ଟା ଯାଏଁ ଚାଲିବ ମତଦାନ । ପ୍ରଥମ ପର୍ଯ୍ୟାୟରେ ମୋଟ ୮୯ଟି ସିଟ୍‌ରେ ଭାଗ୍ୟ ପରୀକ୍ଷା କରୁଛନ୍ତି ବିିଭିନ୍ନ ଦଳର ପ୍ରାର୍ଥୀ । ୧୯ ଜିଲ୍ଲାର ୮୯ଟି ସିଟ୍‌ରେ ମୋଟ ୭୮୮ ଜଣ ପ୍ରାର୍ଥୀ ଭାଗ୍ୟ ପରୀକ୍ଷା କରୁଛନ୍ତି । ଶାନ୍ତିଶୃଙ୍ଖଳାର ସହ ମତଦାନ ପାଇଁ ବ୍ୟାପକ ପୋଲିସ ଫୋର୍ସ ମୁତୟନ ହୋଇଛନ୍ତି । ସମ୍ବେଦନଶୀଳ ଏବଂ ଅତ୍ୟନ୍ତ ସମ୍ବେଦନଶୀଳ ବୁଥ୍‌ମାନଙ୍କରେ କେନ୍ଦ୍ରୀୟ ଫୋର୍ସ ମୁତୟନ କରାଯାଇଛି । ମୋଟ ୧୪,୩୮୨ ବୁଥ୍‌ରେ ମତଦାନ ଆରମ୍ଭ କରାଯାଇଛି । ଏଥିପାଇଁ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ସେହିପରି ଆସନ୍ତା 5ତାରିଖରେ ଦ୍ବିତୀୟ ପର୍ଯ୍ୟାୟ ମତଦାନ ହେବାକୁ ଥିବା ବେଳେ 8ତାରିଖରେ ଫଳାଫଳ ପ୍ରକାଶ ପାଇବ। ବିଜେପି ଏହି ନିର୍ବାଚନ ଜିଣି ପୁଣିଥରେ କ୍ଷମତାକୁ ଆସିବାକୁ ଲକ୍ଷ୍ୟ ରଖିଥିବା ବେଳେ ଦ୍ବିତୀୟ ସ୍ଥାନ ପାଇଁ କଂଗ୍ରେସ ଓ ଆମ୍ ଆଦମୀ ପାର୍ଟି ମଧ୍ୟରେ ଲଢେଇ ଜୋରଦାର।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!
%d bloggers like this: