କେନ୍ଦୁଝର, ୧୧।୧୨:କେନ୍ଦୁଝର ଜିଲ୍ଲା ହରିଚନ୍ଦନପୁର ସ୍ଥିତ ରାସୋଳ ଗାଁ ରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ସେହିଗ୍ରାମରେ ଏକ ଦମ୍ପତ୍ତିଙ୍କ ସନ୍ଦେହ ଜନକ ଭାବରେ ମୃତ୍ୟୁ ହୋଇଛି । ତେବେ ଏକ ଘରଭିତରୁ ରକ୍ତ ଜୁଡୁବୁଡୁ ଅବସ୍ଥାରେ ଏହି ଦମ୍ପତ୍ତିଙ୍କ ମୃତଦେହ ଉଦ୍ଧାର ହୋଇଛି । ଯାହାକି ସେଠାକାର ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି । ତେବେ ଏହି ଘଟଣାର ଖବର ପାଇ ଦୈତାରୀ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଆରମ୍ଭ କରିଛି । ଅନ୍ୟପକ୍ଷେ ମୃତ୍ୟୁର କାରଣ ଅସ୍ପଷ୍ଟ ଥିବା ବେଳେ ଏହା ଏକ ହତ୍ୟାକାଣ୍ଡ ବୋଲି ସନ୍ଦେହ କରାଯାଉଛି ।ଏଣେ ଗୁଣିଗାରେଡ଼ି ସନ୍ଦେହରେ ଏହି ହତ୍ୟାକାଣ୍ଡ ଘଟିଥିବା ଗାଁରେ ଚର୍ଚ୍ଚା ହେଉଛି। ଖବର ପାଇ ହରିଚନ୍ଦନପୁର ଓ ଦୈତାରୀ ଥାନା ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |