ବ୍ରହ୍ମପୁର,୨୦।୧:ଆଜି ବ୍ରହ୍ମପୁରରେ ଏକ ବଡ଼ ଧରଣର ଦୁର୍ଘଟଣା ଦେଖିବାକୁ ମିଳିଛି । ଘାଟିରେ ଏକ ବସ ଓଲଟି ପଡ଼ିବା ଫଳରେ ୨ ଜଣଙ୍କର ମୃତ୍ୟୁ ଘଟିବା ସହ ୧୫ ଜଣ ଯାତ୍ରୀ ଆହତ ହୋଇଛନ୍ତି ।ଘାଟିରେ ଯାତ୍ରୀବାହୀ ମିନିବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣାର ଶିକାର ହୋଇଥିବା ୨ ଜଣ ମହିଳାଙ୍କ ମୃତ୍ୟୁ ହୋଇଛି। ୨୦ରୁ ଊର୍ଦ୍ଧ୍ବ ଯାତ୍ରୀଙ୍କୁ ଉଦ୍ଧାର କରାଯାଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଆହତମାନଙ୍କ ମଧ୍ୟରୁ କିଛି ଯାତ୍ରୀଙ୍କର ଅବସ୍ଥା ଗୁରୁତର ରହିଛି। ଗଂଜାମ ଜିଲ୍ଲା ଜରଡ଼ା ଥାନା ଅଧିନ ଖାରିଆଗୁଡା ଫାଣ୍ଡି ଅନ୍ତର୍ଗତ ବଣିଆବସା ମାଙ୍କଡଡିଆଁ ନିକଟରେ ଆଜି ଅପରାହ୍ଣରେ ବସ୍ ଦୁର୍ଘଟଣା ଘଟିଥିବା ଜଣାପଡ଼ିଛି। ମୃତକମାନଙ୍କ ମଧ୍ୟରୁ ୨ ଜଣଙ୍କର ପରିଚୟ ମିଳିଛି। ସେମାନେ ହେଲେ ସରସ୍ଵତୀ ଶବର (୧୬) ଓ ସୁମତି ରଇତ (୨୮)।ସୂଚନା ଅନୁସାରେ ଗଜପତି ଜିଲ୍ଲା ରାୟଗଡରୁ ୩୦ରୁ ଊର୍ଦ୍ଧ୍ବ ଯାତ୍ରୀଙ୍କୁ ନେଇ ବୁରାତାଲ ଫେରୁଥିବା ବେଳେ ମାଙ୍କଡଡିଆଁ ନିକଟରେ ଭାରସାମ୍ୟ ହରାଇ ଯାତ୍ରୀବାହୀ ମିନିବସ୍ ‘ରଘୁନାଥ’ (ଓଆର୍ ୦୨ ବିବି ୯୭୭୭) ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା। ଫଳରେ ଶିକୁଳିପଦର ଗାଁର ସରସ୍ଵତୀ ଶବର ଅରଖପଦା ଗ୍ରାମର ସୁମତି ରଇତଙ୍କ ମୃତ୍ୟୁ ଘଟିଥିଲା। ଆହତମାନଙ୍କୁ ଉଦ୍ଧାର କରି ପାତ୍ରପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇ ଚିକିତ୍ସିତ କରାଯାଉଛି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |