ଚତୁର୍ଭୁଜ ନାରାୟଣଙ୍କୁ ଦର୍ଶନ କରୁଛନ୍ତି ଶ୍ରଦ୍ଧାଳୁ

ବ୍ରହ୍ମଗିରି ୨୧।୬: ସପ୍ତମ ଦିନରେ ମହାପ୍ରଭୁ ଶ୍ରୀ ଅଲାରନାଥଙ୍କ ଅନବସର ଦର୍ଶନ । ବ୍ରହ୍ମଗିରିର ଅଲାରନାଥ  ପୀଠରେ ଶଙ୍ଖ, ଚକ୍ର, ଗଦା, ପଦ୍ମଧାରୀ ଚତୁର୍ଭୁଜ ନାରାୟଣଙ୍କୁ ଦର୍ଶନ କରୁଛନ୍ତି ଶ୍ରଦ୍ଧାଳୁ। ଶ୍ରୀକ୍ଷେତ୍ରରେ ଶ୍ରୀଜିଉଙ୍କୁ ସୁସ୍ଥ କରିବା ପାଇଁ ଦଇତା ସେବାୟତମାନେ ଲାଗିପଡିଛନ୍ତି । ତେଣୁ ଭକ୍ତମାନେ ପଟିଦିଅଁ ରୂପରେ ଦର୍ଶନ କରୁଛନ୍ତି । ଜଗନ୍ନାଥ ଦର୍ଶନ ନପାଇ ଖିରି ଖିଆ ଠାକୁର ଅଲାରନାଥଙ୍କୁ ଦର୍ଶନ କରି  ସମଫଳ ପାଇବାର ବିଶ୍ବାସ ନେଇ ଭକ୍ତ ଛୁଟି ଆସୁଛନ୍ତି ବ୍ରହ୍ମଗିରିକୁ । ମଙ୍ଗଳବାର ଭୋର ୪ଟାରେ ମହାପ୍ରଭୁଙ୍କ ଦ୍ବାରଫିଟା ଯାଇ ୪ଟା ୧୫ମିନିଟ୍‌ରେ ମଙ୍ଗଳ ଆଳତୀ ହୋଇଥିଲା । ତାପରେ ତଡପଲାଗି, ଅବକାଶ, ବେଶ ଏବଂ ଗୋପାଳବଲ୍ଲଭ ସରିବା ପରେ ସକାଳ ୬ଟାରୁ ସର୍ବସାଧାରଣ ଦର୍ଶନ ଆରମ୍ଭ ହୋଇଛି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!
%d bloggers like this: