ଚର୍ଚ୍ଚିତ ଅର୍ଚ୍ଚନା ନାଗ ମାମଲାରେ ସ୍ୱାମୀ ଜଗବନ୍ଧୁଙ୍କୁ ଜାମିନ

କଟକ,୧୫।୩: ବହୁଚର୍ଚ୍ଚିତ ଲେଡି ବ୍ଲାକମେଲର ଅର୍ଚ୍ଚନା ନାଗ ମାମଲାରେ  ସ୍ୱାମୀ ଜଗବନ୍ଧୁ ଚାନ୍ଦଙ୍କୁ ହାଇକୋର୍ଟ ଜାମିନ ଦେଇଛନ୍ତି। ଭୁବନେଶ୍ବର-କଟକ କମିସ‌ନରେଟ ପୁଲିସ ଅନ୍ତର୍ଗତ ଖଣ୍ଡଗିରି ଥାନାରେ ରୁଜୁ ହୋଇଥିବା ଶ୍ରଦ୍ଧାଞ୍ଜଳି ମାମଲାରେ ଜଗବନ୍ଧୁ ଚାନ୍ଦଙ୍କୁ ଜାମିନ ମିଳିଛି। ୩ଟି ମାମଲାରୁ ମାତ୍ର ଗୋଟିଏରେ ମିଳିଲା ସର୍ତ୍ତମୂଳକ ଜାମିନ। ପୂର୍ବରୁ ଭୁବନେଶ୍ୱର ଏଡିଜେ-୨ କୋର୍ଟ ଜଗବନ୍ଧୁଙ୍କ ଜାମିନ ଆବେଦନ ଖାରଜ କରି ଦେଇଥିଲେ।  ବହୁ ଚର୍ଚ୍ଚିତ ଅର୍ଚ୍ଚନା ନାଗ ମାମଲାରେ ଜଗବନ୍ଧୁଙ୍କୁ ଜାମିନ ମିଳିଛି । ଖଣ୍ଡଗିରି ଥାନାରେ ହୋଇଥିବା ଶ୍ରଦ୍ଧାଞ୍ଜଳି ମାମଲାରେ ତାଙ୍କୁ ହାଇକୋର୍ଟରୁ ବେଲ୍ ମିଳିଛି । ହେଲେ ଏବେ ଜେଲରୁ ବାହାରି ପାରିବେନି ଜଗବନ୍ଧୁ । ତାଙ୍କ ବିରୋଧରେ ଥିବା ୩ଟି ମାମଲାରୁ ମାତ୍ର ଗୋଟିଏରେ ସର୍ତ୍ତମୂଳକ ଜାମିନ ମିଳିଛି । ଜଗବନ୍ଧୁଙ୍କ ନାଁରେ ନୟାପଲ୍ଲୀ ଥାନା ମାମଲା ଓ ଇଡି ମାମଲା ମଧ୍ୟ ରହିଛି । ଅର୍ଚ୍ଚନା ନାଗ ମାମଲାରେ ଶ୍ରଦ୍ଧାଞ୍ଜଳି ନାମ୍ନୀ ଯୁବତୀ ସମ୍ପୃକ୍ତ ଥିବା ଅଭିଯୋଗ ହେବା ପରେ ଶ୍ରଦ୍ଧାଞ୍ଜଳି କିନ୍ତୁ ନିଜକୁ ପୀଡ଼ିତା ଦର୍ଶାଇ ଖଣ୍ଡଗିରି ଥାନା ଦ୍ୱାରସ୍ଥ ହୋଇଥିଲେ। ଏପରିକି ସେ ଅର୍ଚ୍ଚନା, ଜଗବନ୍ଧୁ ଓ ସହଯୋଗୀ ଖଗେଶ୍ୱରଙ୍କ ନାଁରେ ଲିଖିତ ମାମଲା ରୁଜୁ କରିଥିଲେ। ଏହାବାଦ ଜଗବନ୍ଧୁଙ୍କ ନାଁରେ ନୟାପଲ୍ଲୀ ଥାନାରେ ଏକ ମାମଲା ଓ ଇଡିରେ ଏକ ମାମଲା ଅଛି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!