ଚାନ୍ଦିପୁର କ୍ଷେପଣାସ୍ତ୍ର ପରୀକ୍ଷା କେନ୍ଦ୍ରରେ ପୁଣି ସନ୍ଦିଗ୍ଧ

ବାଲେଶ୍ୱର,୧୪/୯: ଚାନ୍ଦିପୁର କ୍ଷେପଣାସ୍ତ୍ର ପରୀକ୍ଷା କେନ୍ଦ୍ରରେ ପୁଣି ସନ୍ଦିଗ୍ଧ ଚିହ୍ନଟ ହୋଇଥିବାର ଖବର ମିଳିଛି। କେନ୍ଦ୍ର ଭିତରୁ ୫ଜଣ ଠିକା କର୍ମଚାରୀଙ୍କୁ ଅଟକ ରଖି ପଚରାଉଚରା ଚଳାଇଛି ବାଲେଶ୍ୱର ପୁଲିସ। ପଡ଼ୋଶୀ ଦେଶର ଏଜେଣ୍ଟଙ୍କୁ ପ୍ରତିରକ୍ଷା ବିଭାଗର ତଥ୍ୟ ଯୋଗାଉଥିବା ଅଭିଯୋଗରେ ସେମାନଙ୍କୁ ଅଟକ ରଖାଯାଇଥିବା କୁହାଯାଉଛି। ଗତକାଲି ରାତିରେ ଠିକା କର୍ମଚାରୀଙ୍କ ଘରୁ ଉଠାଇ ଆଣିଛି ପୁଲିସ।
ସୂଚନା ଅନୁଯାୟୀ, ଅଟକ ୫ ଜଣଙ୍କ ମଧ୍ୟରୁ ଜଣେ ହେଉଛନ୍ତି ବସନ୍ତ ବେହେରା, ଯିଏ ଲଞ୍ଚ ପ୍ୟାଡ୍ ୩( ଯେଉଁଠାରୁ ପୃଥ୍ୱୀ ଭଳି ଗୁରୁତ୍ୱପୂର୍ଣ୍ଣ କ୍ଷେପଣାସ୍ତ୍ର ପରୀକ୍ଷଣ କରାଯାଇଥାଏ) ରେ ଏସି ଅପରେଟର ଭାବେ କାର୍ଯ୍ୟ କରୁଥିଲେ। ତାଙ୍କ ନିକଟକୁ ଅନ୍ତର୍ଜାତୀୟ କଲ୍ ଆସିବା ସହ ସେଠାରୁ ବାହାରକୁ ମଧ୍ୟ କଲ୍ ଯାଉଥିବା ଗୁଇନ୍ଦା ବିଭାଗ ଟ୍ରାକ୍ କରିଥିଲା। ପଡ଼ୋଶୀ ପାକିସ୍ତାନ ଏଜେଣ୍ଟଙ୍କୁ ଦେଶର ପ୍ରତିରକ୍ଷା ସମ୍ପର୍କିତ ତଥ୍ୟ ଏହି ଫୋନ୍ କଲ୍ ମାଧ୍ୟମରେ ପ୍ରଦାନ କରାଯାଉଥିବା ସନ୍ଦେହ କରାଯାଉଛି। ରାଜସ୍ଥାନ ବର୍ଡର ନିକଟରୁ ଏହି ଅନ୍ତର୍ଜାତୀୟ କଲ୍ ଆସୁଥିବା ଜଣାପଡ଼ିଛି। ଏ ସମ୍ପର୍କରେ ଜଣାପଡ଼ିବା ପରେ ବାଲେଶ୍ୱର ପୁଲିସ ହେଡକ୍ୱାର୍ଟରକୁ ଅବଗତ କରାଯାଇଥିଲା। ଖବର ପାଇବା ପରେ ବାଲେଶ୍ୱର ପୁଲିସ ତତକ୍ଷଣାତ କାର୍ଯ୍ୟାନୁଷ୍ଠାନ ଗ୍ରହଣ ସ୍ୱରୂପ ସେମାନଙ୍କୁ ରାତିଅଧିଆ ଘରୁ ଉଠାଇ ଆଣି ପଚରାଉଚରା କରୁଛି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!
%d bloggers like this: