ଛାତ୍ରଛାତ୍ରୀଙ୍କ ପାଇଁ ଆସିଲା ରାଜ୍ୟ ସରକାରଙ୍କ ଘୋଷଣାନାମା

ଭୁବନେଶ୍ୱର, ୧୭ା୩  :  ଛାତ୍ରଛାତ୍ରୀଙ୍କ ରିଭିଜନ୍ କ୍ଲାସ ହେବ ।   ସରକାରଙ୍କ ପକ୍ଷରୁ ଆଉ ଏକ ଘୋଷଣାନାମା ଆସିଛି ।   ଶିକ୍ଷାବର୍ଷ ଆରମ୍ଭରୁ ଛାତ୍ରଛାତ୍ରୀଙ୍କ ରିଭିଜନ୍ କ୍ଲାସ୍ ଆରମ୍ଭ ହେବାର ଜଣାପଡ଼ିଛି । ତେବେ ପ୍ରଥମ ୨/୩ ମାସରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଇଁ ଏହା ଲାଗୁ ହେବ । ଛାତ୍ରଛାତ୍ରୀଙ୍କ ଦକ୍ଷତା ବୃଦ୍ଧି କରିବା ପାଇଁ ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି ।  ପୂର୍ବରୁ ପ୍ରଥମରୁ ଅଷ୍ଟମ ଶ୍ରେଣୀ ଯାଏଁ ସମସ୍ତ ଛାତ୍ରଛାତ୍ରୀ ବିନା ପରୀକ୍ଷାରେ ପାସ୍ ହେବେ ବୋଲି କୁହାଯାଇଥିଲା । ଆସନ୍ତା ଏପ୍ରିଲ ମାସରେ ଶିକ୍ଷାବର୍ଷ ଆରମ୍ଭ ନହୋଇ ଆସନ୍ତା ଜୁନ ମାସରୁ ଶିକ୍ଷାବର୍ଷ ଆରମ୍ଭ ହେବାର ସମ୍ଭାବନା ରହିଛି । ବର୍ତ୍ତମାନର ସ୍ଥିତି ଯାହା, ସ୍କୁଲ ଖୋଲିବା ଏକପ୍ରକାର ଅସମ୍ଭବ । ତେଣୁ ଚଳିତ ବର୍ଷ କ୍ଲାସ ହୋଇନଥିବାରୁ ଏପରି ନିଷ୍ପତ୍ତି ନିଆଯାଇଥିବା ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଥିଲେ ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!
%d bloggers like this: