ନୂଆଦିଲ୍ଲୀ,୧୬।୭: ଆସନ୍ତା ୬ ଅଗଷ୍ଟରେ ହେବାକୁ ଥିବା ଉପରାଷ୍ଟ୍ରପତି ନିର୍ବାଚନକୁ ନେଇ ଶନିବାର ଭାରତୀୟ ଜନତା ପାର୍ଟୀର ସଂସଦୀୟ ବୋର୍ଡର ବୈଠକ ହୋଇଛି । ବୈଠକରେ ଉପରାଷ୍ଟ୍ରପତି ପଦ ପାଇଁ ଆଶାୟୀ ଭାବରେ ଜଗଦୀପ ଧନଖଡ଼ଙ୍କ ନାମ ଘୋଷଣା କରିଛନ୍ତି ବିଜେପି ଅଧ୍ୟକ୍ଷ ଜେପି ନଡ୍ଡା । ଧନଖଡ ବର୍ତ୍ତମାନ ପଶ୍ଚିମବଙ୍ଗର ରାଜ୍ୟପାଳ ଅଛନ୍ତି। ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଶନିବାର ସାମ୍ବାଦିକ ସମ୍ମିଳନୀରେ ଏହାର ଘୋଷଣା କରିଛନ୍ତି। ବିଜେପି ସଂସଦୀୟ ବୋର୍ଡ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ଏହା ପୂର୍ବରୁ ଦିଲ୍ଲୀରେ ସଂସଦୀୟ ବୋର୍ଡର ବୈଠକ ବସିଥିଲା। ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ୍ ଶାହ, ନୀତିନ ଗଡକରୀ, ରାଜନାଥ ସିଂହ ଏବଂ ମଧ୍ୟ ପ୍ରଦେଶର ମୁଖ୍ୟମନ୍ତ୍ରୀ ଶିବରାଜ ସିଂହ ଚୌହାନ ଯୋଗ ଦେଇଥିଲେ। ଆଲୋଚନା ପରେ ଧନଖଡଙ୍କୁ ରାଷ୍ଟ୍ରପତି ପ୍ରାର୍ଥୀ କରାଯିବା ନେଇ ନିଷ୍ପତ୍ତି ନିଆଯାଇଥିଲା।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |