ଜମ୍ମୁ-କାଶ୍ମୀରର ପୁଲଓ୍ୱାମାରେ ଆତଙ୍କବାଦୀ ଓ ସୁରକ୍ଷାକର୍ମୀ ମୁହାଁମୁହିଁ

ଶ୍ରୀନଗର୦୯୧୨:    ଜମ୍ମୁ-କାଶ୍ମୀରର ପୁଲଓ୍ୱାମାରେ ଆତଙ୍କବାଦୀ ଓ ସୁରକ୍ଷାକର୍ମୀ ମୁହାଁମୁହିଁ ହୋଇଛନ୍ତି । ଉଭୟ ପକ୍ଷ ମଧ୍ୟରେ ହୋଇଥିବା ଗୁଳି ବିନିମୟରେ ୨ ଆତଙ୍କବାଦୀ ନିହତ ହୋଇଛନ୍ତି । ସୂଚନାନୁସାରେ, ପୁଲଓ୍ୱାମାର ଟିକେନ୍ ଅଞ୍ଚଳରେ କିଛି ଆତଙ୍କବାଦୀ ଲୁଚି ରହିଥିବା ଯବାନଙ୍କୁ ସୂଚନା ମିଳିଥିଲା । ଏହାପରେ ଆରମ୍ଭ ହୋଇଥିଲା ସର୍ଚ୍ଚ ଅପେରସନ । ସୁରକ୍ଷାକର୍ମୀମାନେ ମିଳିତ ଅପରେସନ ଆରମ୍ଭ କରିଥିଲେ  । ନିଜକୁ ବିପଦରେ ଦେଖି ଆତଙ୍କବାଦୀମାନେ ପ୍ରଥମେ ଯବାନଙ୍କ ଉପରକୁ ଗୁଳିମାଡ କରିଥିଲେ । ଏହାପରେ ଯବାନମାନେ ପୋଜିସନ ନେଇ ଏହାର ପାଲଟା ଜବାବ ଦେଇଥିଲେ । ଏଥିରେ ୨ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି । ସେମାନଙ୍କ ପରିଚୟ ମିଳିପାରି ନାହିଁ ।ଘଟଣାସ୍ଥଳରୁ କିଛି ଆପତ୍ତିଜନକ ସାମଗ୍ରୀ ମଧ୍ୟ ଜବତ ହୋଇଛି । ଏବେବି ସେଠାରେ ସର୍ଚ୍ଚ ଅପରେସନ ଜାରି ରହିଛି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!