ଜାଣନ୍ତୁ କେଉଁ ମନ୍ତ୍ରୀଙ୍କୁ ମିଳିଲା କେଉଁ ବିଭାଗ

ଭୁବନେଶ୍ଵର, ୦୫/୦୬ :ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ମନ୍ତ୍ରିମଣ୍ଡଳର ନବକଳେବର। ନବୀନଙ୍କ ନୂଆ ଟିମ୍‌ରେ ୨୧ ଜଣ ମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। ସେମାନଙ୍କ ମଧ୍ୟରୁ ୧୩ କ୍ୟାବିନେଟ୍ ଓ ୮ ରାଷ୍ଟ୍ରମନ୍ତ୍ରୀ ଶପଥ ନେଇଛନ୍ତି। ନବୀନଙ୍କ ନୂଆ ବ୍ରିଗେଡ୍‌ରେ କ୍ୟାବିନେଟରେ ଜଣେ ନୂଆ ମୁହଁକୁ ସୁଯୋଗ ମିଳିଛି । ସେହିଭଳି ୯ ଜଣ ମନ୍ତ୍ରୀଙ୍କୁ ରିପିଟ୍ କରାଯାଇଛି । ତେବେ ଶପଥ ଗ୍ରହଣ ପରେ କେଉଁ ମନ୍ତ୍ରୀଙ୍କୁ ମିଳିଛି କେଉଁ ବିଭାଗ ଜାଣନ୍ତୁ-

କ୍ୟାବିନେଟ୍ ମନ୍ତ୍ରୀ

  • ଜଗନ୍ନାଥ ସାରକା- ଆଦିବାସୀ କଲ୍ୟାଣ, ଆଇନ ବିଭାଗ
  • ନିରଞ୍ଜନ ପୂଜାରୀ- ଅର୍ଥ ଓ ସଂସଦୀୟ ବ୍ୟାପାର
  • ପ୍ରମିଳା ମଲ୍ଲିକ- ରାଜସ୍ଵ ଓ ବିପର୍ଯ୍ୟୟ ପ୍ରଶମନ
  • ରଣେନ୍ଦ୍ର ପ୍ରତାପ ସ୍ଵାଇଁ- କୃଷି ଓ ମତ୍ସ୍ୟ ସମ୍ପଦ ବିଭାଗ
  • ଉଷା ଦେବୀ- ଗୃହ ନିର୍ମାଣ ଓ ସହରାଞ୍ଚଳ ବିକାଶ
  • ପ୍ରଫୁଲ୍ଲ ମଲ୍ଲିକ- ଇସ୍ପାତ ଓ ଖଣି, ପୂର୍ତ୍ତ
  • ପ୍ରତାପ ଦେବ- ଶିଳ୍ପ, ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ, ଶକ୍ତି
  • ଅତନୁ ସବ୍ୟସାଚୀ ନାୟକ- ଯୋଗାଣ, ସମବାୟ
  • ପ୍ରଦୀପ ଅମାତ- ଜଙ୍ଗଲ ଓ ପରିବେଶ, ପଞ୍ଚାୟତିରାଜ, ସୂଚନା ଓ ଲୋକସମ୍ପର୍କ
  • ନବ କିଶୋର ଦାସ- ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ
  • ଅଶୋକ ଚନ୍ଦ୍ର ପଣ୍ଡା- ବିଜ୍ଞାନ, ଓ ପ୍ରଯୁକ୍ତି, ଭିନ୍ନକ୍ଷମ ସଶକ୍ତିକରଣ
  • ଟୁକୁନି ସାହୁ- ଜଳ ସମ୍ପଦ, ବାଣିଜ୍ୟ ଓ ପରିବହନ
  • ରାଜେନ୍ଦ୍ର ଢୋଲକିଆ- ଯୋଜନା ଓ ସଂଯୋଜନା

ରାଷ୍ଟ୍ର ମନ୍ତ୍ରୀ (ସ୍ଵାଧୀନ)

  • ସମୀର ରଞ୍ଜନ ଦାଶ- ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ
  • ଅଶ୍ଵିନୀ କୁମାର ପାତ୍ର- ପର୍ଯ୍ୟଟନ, ଓଡ଼ିଆ ଭାଷା ଓ ସଂସ୍କୃତି, ଅବକାରୀ
  • ପ୍ରୀତି ରଞ୍ଜନ ଘଡ଼େଇ- ଗ୍ରାମ୍ୟ ଉନ୍ନୟନ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା
  • ଶ୍ରୀକାନ୍ତ ସାହୁ- ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା
  • ତୁଷାରକାନ୍ତି ବେହେରା- ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତି, କ୍ରୀଡ଼ା ଓ ଯୁବ ସେବା, ଗୃହ ବିଭାଗ
  • ରୋହିତ ପୂଜାରୀ- ଉଚ୍ଚ ଶିକ୍ଷା
  • ରୀତା ସାହୁ- ହସ୍ତତନ୍ତ ଓ ବୟନ ଶିଳ୍ପ
  • ବାସନ୍ତୀ ହେମ୍ଵ୍ରେମ୍- ମହିଳା ଓ ଶିଶୁ କଲ୍ୟାଣ, ମିଶନ ଶକ୍ତି

 

 

 

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!
%d bloggers like this: