ଜୁନ୍ ୧୨ ତାରିଖରେ କଟକ ବାରବାଟୀ ଷ୍ଟାଡିୟମରେ ଭାରତ-ଦକ୍ଷିଣ ଆଫ୍ରିକା ମ୍ୟାଚ୍‌

କଟକ,୨୩/୦୪: ଜୁନ୍ ୧୨ ତାରିଖରେ କଟକ ବାରବାଟୀ ଷ୍ଟାଡିୟମରେ ଖେଳାଯିବ ଭାରତ-ଦକ୍ଷିଣ ଆଫ୍ରିକା ଟି-୨୦ ମ୍ୟାଚ୍‌।  ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯିବାକୁ ଥିବା ଦ୍ୱିପାକ୍ଷିକ ଶୃଙ୍ଖଳାର ଗୋଟିଏ ମ୍ୟାଚ୍ ବାରବାଟୀରେ ଖେଳାଯିବ ବୋଲି OCA ସମ୍ପାଦକ ସଞ୍ଜୟ ବେହେରା ସୂଚନା ଦେଇଛନ୍ତି।ଏନେଇ ଆନୁଷ୍ଠାନିକ ଭାବେ ଘୋଷଣା ହୋଇନଥିଲେ ବି ବିସିସିଆଇ ବୈଠକରେ ଚୂଡ଼ାନ୍ତ ନିଷ୍ପତ୍ତି ନିଆଯାଇଛି। ଖୁବଶୀଘ୍ର ଏ ସମ୍ପର୍କରେ ବିସିସିଆଇ ଘୋଷଣା କରିବ ବୋଲି OCA ସମ୍ପାଦକ ସୂଚନା ଦେଇଛନ୍ତି। ଉଭୟ ଦେଶ ମଧ୍ୟରେ ଖେଳା ଯିବାକୁ ଥିବା ଦ୍ୱିପାକ୍ଷିକ ଶୃଙ୍ଖଳାର ପ୍ରଥମ ମ୍ୟାଚ୍ ଦିଲ୍ଲୀରେ ଏବଂ ଦ୍ୱିତୀୟ ମ୍ୟାଚ୍ କଟକ ବାରବାଟୀରେ ଖେଳାଯିବ ବୋଲି OCA ସମ୍ପାଦକ ଓଟିଭିକୁ ସୂଚନା ଦେଇ କହିଛନ୍ତି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!
%d bloggers like this: