ଜୁନ ୨୦ରେ ହେବ ବିଶ୍ୱପ୍ରସିଦ୍ଧ ରଥଯାତ୍ରା

ପୁରୀ,୩୦।୩ : ଆସନ୍ତା ଜୁନ୍ ୨୦ ତାରିଖରେ ଅନୁଷ୍ଠିତ ହେବ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ୱ ପ୍ରସିଦ୍ଧ ଘୋଷଯାତ୍ରା । ଚଳିତ ବର୍ଷ ଏହି ରଥଯାତ୍ରାକୁ ଶାନ୍ତି ଶୃଙ୍ଖଳାର ସହ ସମାପନ କରିବା ପାଇଁ ବୁଧବାର ଜିଲ୍ଲାପାଳ ସମର୍ଥ ବର୍ମାଙ୍କ ଅଧ୍ୟକ୍ଷତାରେ ଏପ୍ରିଲ ୨୩ରେ ଅକ୍ଷୟ ତୃତୀୟା ଜୁନ୍ ୪ରେ ଦେବସ୍ନାନ ପୂର୍ଣ୍ଣିମା ୨୮ରେ ବାହୁଡ଼ା ଯାତ୍ରା ୨୯ରେ ମହାପ୍ରଭୁଙ୍କ ସୁନାବେଶ ଶାନ୍ତିଶୃଙ୍ଖଳାର ସହ ସମାପନ ପାଇଁ ଜିଲ୍ଲାପାଳଙ୍କ ପରାମର୍ଶ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା । ଏଥିରେ ଗତବର୍ଷ ରଥଯାତ୍ରାରେ ହୋଇଥିବା ତ୍ରୁଟି ବିଚ୍ୟୁତିକୁ ସୁଧାରି ସମସ୍ତ ବିଭାଗ ଚଳିତ ବର୍ଷ ପାଇଁ ଆକ୍ସନ ପ୍ଲାନ୍ ପ୍ରସ୍ତୁତ କରିବାକୁ ନିର୍ଦ୍ଦେଶ ଦେଇଥିଲେ । ଆସନ୍ତା ଏପ୍ରିଲ ୨୩ ତାରିଖରେ ପବିତ୍ର ଅକ୍ଷୟ ତୃତୀୟା ଅବସରରେ ଆରମ୍ଭ ହେବ ମହାପ୍ରଭୁଙ୍କ ରଥ ନିର୍ମାଣ କାର୍ୟ୍ୟ । ଜୁନ୍ ୪ରେ ଦେବସ୍ନାନ ପୂର୍ଣ୍ଣିମା ପଡ଼ୁଥିବା ବେଳେ ଜୁନ୍ ୨୦ରେ ଅନୁଷ୍ଠିତ ହେବ ରଥଯାତ୍ରା । ସେହିପରି ୨୮ ତାରିଖରେ ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା ଓ ୨୯ ତାରିଖରେ ସୁନାବେଶ ଅନୁଷ୍ଠିତ ହେବା ପାଇଁ ନିଷ୍ପତ୍ତି ନିଆଯାଇଛି । ରଥଯାତ୍ରା ସମୟରେ ମହାପ୍ରଭୁଙ୍କ ନୀତିକାନ୍ତି, ପାନୀୟ ଜଳ ଯୋଗାଣ, ଜନଗହଳି ନିୟନ୍ତ୍ରଣ, ସ୍ୱାସ୍ଥ୍ୟ ଓ ପରିମଳ ବ୍ୟବସ୍ଥା ଏବଂ ଆଇନ ଶୃଙ୍ଖଳା ନେଇ ଏହି ବୈଠକରେ ବିଶଦ ଭାବେ ଆଲୋଚନା କରାଯାଇଥିଲା ।  ସେହିପରି ରଥଯାତ୍ରା ସମୟରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଗହଳି ହେବା ସମ୍ଭାବନା ଥିବାରୁ ଗହଳି ନିୟନ୍ତ୍ରଣ, ଟ୍ରାଫିକ୍ ସୁପରିଚାଳନା ଓ ଅପରାଧ ତଥା ଅପରାଧିକ କାର୍ୟ୍ୟକଳାପକୁ ଦମନ କରିବା ପାଇଁ ପୋଲିସକୁ ନିର୍ଦ୍ଦେଶ ଦିଆଯାଇଥିଲା ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!