ଝରାଫୁଲ ମୃତ୍ୟୁ ମାମଲା ,ରିମାଣ୍ଡରେ ଗଲା ରାକେଶ

ଭୁବନେଶ୍ୱର, ୨ା୨ : ଭୁବନେଶ୍ୱରର ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟ ଛାତ୍ରୀ ଝରାଫୁଲ ନାୟକଙ୍କ ମୃତ୍ୟୁ ମାମଲାରେ ପୋଲିସର ତଦନ୍ତ ଜାରି ରହିଛି । ଅଭିଯୁକ୍ତ ରାକେଶ ସ୍ୱାଇଁଙ୍କୁ ୩ ଦିନିଆ ରିମାଣ୍ଡରେ ନେଇଛି ପୋଲିସ । ତେବେ ଯାଜପୁର ପୋଲିସ ରାକେଶଙ୍କୁ ରିମାଣ୍ଡରେ ନେଇ କୁଆଖିଆ ଥାନାରେ ପଚରାଉଚରା କରୁଥିବା ଜଣାପଡ଼ିଛି ।ପୁରୁଷ ବନ୍ଧୁ ରାକେଶ ସ୍ୱାଇଁଙ୍କୁ ଯାଜପୁର ପୋଲିସ ୩ ଦିନିଆ ରିମାଣ୍ଡରେ ନେଇ ଘଟଣା ସମ୍ପର୍କରେ ଅଧିକ ପଚରାଉଚରା କରିବ ବୋଲି ପୂର୍ବରୁ ସୂଚନା ଥିଲା। ଏଥିପାଇଁ ଜିଲ୍ଲା ଓ ଦୌରାଜଜ୍ ଯାଜପୁର ପୋଲିସକୁ ଅନୁମତି ବି ଦେଇଥିଲେ। ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟ ଛାତ୍ରୀ ଝରାଫୁଲଙ୍କ ମୃତଦେହ ଯାଜପୁର ଜିଲ୍ଲା କୁଆଖିଆ ମୂଳାପାଳ ଛକ ନିକଟ ଦିଆଲଖଣ୍ଡ ମୌଜାର ରାସ୍ତାକଡ଼ରୁ ଉଦ୍ଧାର କରାଯାଇଥିଲା । ଏହି ଘଟଣାରେ ୨ ଜଣ ଅଭିଯୁକ୍ତଙ୍କୁ ଚିହ୍ନଟ କରାଯାଇଥିଲା । ସେମାନେ ମୃତଦେହକୁ ସ୍କୁଟରରେ ଆଣି ଫିଙ୍ଗିଥିବା ପୋଲିସ ସୂଚନା ଦେଇଥିଲା । ରାକେଶ ସ୍ୱାଇଁ ନାମକ ଜଣେ ଯୁବକଙ୍କ ସହ ତାଙ୍କ ଝିଅର ପ୍ରେମ ସମ୍ପର୍କ ଥିବା ଝରାଫୁଲଙ୍କ ବାପା ଗଣମାଧ୍ୟମକୁ ସୂଚନା ଦେଇଥିଲେ । ତେବେ ରାକେଶଙ୍କୁ ରିମାଣ୍ଡରେ ନେଇ ପଚରାଉଚରା କରାଯିବା ପରେ ପୋଲିସକୁ କିଛି ତଥ୍ୟ ମିଳିପାରେ ବୋଲି ଆଶା କରାଯାଉଛି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!
%d bloggers like this: