ଭୁବନେଶ୍ବର,୩୧।୩: ଝାରସୁଗୁଡା ଉପନିର୍ବାଚନ ପାଇଁ ଶୁକ୍ରବାର ବିଜେଡି ପ୍ରାର୍ଥୀ ଘୋଷଣା କରିଛି। ସ୍ବର୍ଗତଃ ମନ୍ତ୍ରୀ ନବ ଦାସଙ୍କ ଝିଅ ଦୀପାଳି ଦାସଙ୍କୁ ପ୍ରାର୍ଥୀ କରିଛି ବିଜେଡି। ସୂଚନାଯୋଗ୍ୟ, ମେ’ ୧୦ ତାରିଖରେ ଝାରସୁଗୁଡା ଉପନିର୍ବାଚନ ଅନୁଷ୍ଠିତ ହେବ। ମେ’ ୧୩ ତାରିଖରେ ଭୋଟ ଗଣତି ହେବ। ଏନେଇ ଏପ୍ରିଲ ୧୩ ତାରିଖରେ ବିଜ୍ଞପ୍ତି ପ୍ରକାଶ ପାଇବ। ଏପ୍ରିଲ ୨୦ ତାରିଖ ପର୍ଯ୍ୟନ୍ତ ପ୍ରାର୍ଥିପତ୍ର ଦାଖଲ କରିବାର ଶେଷ ସମୟ ଥିବା ବେଳେ ୨୧ ତାରିଖରେ ପ୍ରାର୍ଥିପତ୍ର ଯାଞ୍ଚ ହେବ। ସେହିପରି ପ୍ରାର୍ଥିପତ୍ର ପ୍ରତ୍ୟାହାରର ଶେଷ ତାରିଖ ଏପ୍ରିଲ ୨୪ ରହିଛି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |