କୋରାପୁଟ,୨୦/୫: ଚାନ୍ଦା ନ ଦେବାରୁ ଠିକାଦାରଙ୍କୁ ହତ୍ୟା କରିଛନ୍ତି ଦୁର୍ବୃତ୍ତ । କୋରାପୁଟ ଜିଲା କୁନ୍ଦୁଲିରେ ଏଭଳି ଏକ ଘଟଣା ଘଟିଛି । ଠିକାଦାରଙ୍କୁ ହତ୍ୟା କରାଯାଇଥିବାରୁ ଏହାର ପ୍ରତିବାଦ କରି ଲୋକମାନେ ଜାତୀୟ ରାଜପଥ ଅବରୋଧ କରିଛନ୍ତି । ଅଭିଯୁକ୍ତଙ୍କୁ ତୁରନ୍ତ ଗିରଫ କରିବାକୁ ଦାବି କରିଛନ୍ତି । ରାସ୍ତା ଅବରୋଧ ଯୋଗୁ ଉଭୟ ପାଶ୍ୱର୍ରେ ଗାଡି ମୋଟର ଅଟକି ରହିଛି । ଖବର ପାଇଁ ପଟାଙ୍ଗି ପୋଲିସ ଘଟଣାସ୍ଥଳରେ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରୁଛି ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |