ଡାକୋଟା ଲୋକାର୍ପଣ କରିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୫।୩ : ଆଜି ଭୁବନେଶ୍ବର ବିମାନବନ୍ଦର ସମ୍ମୁଖରେ ଡାକୋଟା ବିମାନକୁ ସର୍ବସାଧାରଣଙ୍କ ପାଇଁ ଲୋକାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହି ଅବସରରେ ୫ଟି ସଚିବ ଭି କେ ପାଣ୍ଡିଆନ୍ ଓ ମେୟର ସୁଲୋଚନା ଦାସ ପ୍ରମୁଖସେଠାରେ ଉପସ୍ଥିତ ଥିଲେ। ଆଜି ହେଉଛି ପ୍ରବାଦ ପୁରୁଷ ତଥା ପୂର୍ବତନ ମଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ । ଏହି ଅବସରରେ ତାଙ୍କ ସ୍ମୃତିକୁ ଜୀବିତ ରଖିବା ପାଇଁ ବାବୁଙ୍କ “ଡାକୋଟା’ ବିମାନକୁ ଲୋକର୍ପିତ କରାଯାଇଛି । ଭୁବନେଶ୍ୱର ବିମାନବନ୍ଦର ପରିସରରେ ଥିବା ବିଜୁ ବାବୁଙ୍କ ସାହାସ ଏବଂ ବୀରତ୍ୱର ପ୍ରତିକ “ଡାକୋଟା’ ବିମାନ ରବିବାର ଲୋକର୍ପିତ ହୋଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାକୁ ଲୋକର୍ପିତ କରିଛନ୍ତି । ଅନେକ ସ୍ମୃତି ପରିବବହନ କରୁଛି ଏହି “ଡାକୋଟା’ ବିମାନ । ଏହି ଅବସରରେ ବିଜେଡି ଦଳୀୟ କର୍ମୀଙ୍କ ସହ ଅନେକ ମାନ୍ୟଗଣ୍ୟ ବ୍ୟକ୍ତି ସାମିଲ ହୋଇଥିଲେ ।ମାର୍ଚ୍ଚ ୫ରେ ବିଜୁ ଜୟନ୍ତୀ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ସବୁଠାରୁ ପ୍ରିୟ ଡାକୋଟା ବିମାନକୁ ସର୍ବସାଧାରଣଙ୍କ ପାଇଁ ଲୋକାର୍ପଣ କରିବେ ବୋଲି ଜଣାଯାଇଥିଲା। ଏଥିପାଇଁ ଭୁବନେଶ୍ବର ବିମାନବନ୍ଦର ସମ୍ମୁଖରେ ଡାକୋଟା ବିମାନର ସଂସ୍ଥାପନ କରାଯାଇଥିଲା। ବୁଧବାର ଦିନ ଡାକୋଟା ବିମାନକୁ ଟ୍ରଲରରେ ଆଣି କ୍ରେନ୍ ସାହାଯ୍ୟରେ ବେସ୍‌ ଉପରେ ରଖାଯାଇଥିଲା।ଏହା ସହ ଅନ୍ୟ ବିମାନ ସେବାର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭୁବନେଶ୍ୱରରୁ ଗଞ୍ଜାମ ରଙ୍ଗେଇଲୁଣ୍ଡା ଏୟାରଷ୍ଟ୍ରିପ୍‌କୁ ଉଡାଣ ଭରିବ ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!