ନବରଙ୍ଗପୁର୧୧/୯( ମିହିର ଶଙ୍କର ପାତ୍ର):-ଡାବୁଗାଁ ଅଞ୍ଚଳର ବିଭିନ୍ନ ସ୍ଥାନରେ ବାଲି ତୃତୀୟା ବ୍ରତ ପାଳିତ ହୋଇ ଯାଇଛି । ବାଲି ତୃତୀୟା ବ୍ରତ , ଭାଦ୍ରବ ମାସ ତୃତୀୟା ଦିନ ପାଳନ କରାଯାଏ । ବିବାହିତା ନାରୀମାନେ ସ୍ୱାମୀଙ୍କ ଦୀର୍ଘ, ନିରାମୟ ଜୀବନ କାମନା କରି ଏହି ବ୍ରତ ରଖିଥାନ୍ତି । କେତେକ ସ୍ଥାନରେ ଅବିବାହିତା ଝିଅମାନେ ମଧ୍ୟ ଏହି ବ୍ରତ ପାଳନ କରନ୍ତି । ଅତି ନିଷ୍ଠାର ସହ ତୃତୀୟା ଦିନ ସୂର୍ଯ୍ୟୋଦୟଠାରୁ ଚତୁର୍ଥୀ ଦିନସଖାଳ ଗଣେଷ ପୂଜା ପର୍ଯ୍ୟନ୍ତ ଉପବାସ ରହିବାକୁ ହୁଏ । ଏହି ବ୍ରତର ଆରାଧ୍ୟ ଦେବତା ହେଉଛନ୍ତି ମହାଦେବ । ତେଣୁ ଏହି ବ୍ରତକୁ ନିଷ୍ଠାର ସହ ପାଳନ କଲେ ଅନେକ ସୁଫଳ ମିଳେ ବୋଲି ବିଶ୍ୱାସ ରହିଛି ଚତୁର୍ଥୀ ଦିନ ବ୍ରତ ଉଦ୍ଯାପନ କରାଯାଏ ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |