ଡାବୁଗାଁ ବିଜେପି ତରଫରୁ ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନ ପାଳନ

ନବରଙ୍ଗପୁର ,୧୮/୦୯(ମିହିର ଶଙ୍କର ପାତ୍ର) :  ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଙ୍କ ଜନ୍ମ ଦିନ ହୋଇଥିବା କାରଣରୁ ଡାବୁଗାଁ ନିର୍ବାଚନ ମଣ୍ଡଳୀ ର ବିଭିନ୍ନ ସ୍ଥାନରେ ତାଙ୍କ ଜନ୍ମଦିନ ପାଳନ କରା ଯାଇଛି। ଡାବୁଗାଁ ମଣ୍ଡଳ ସଭାପତି ଜେ ରାଜଶେଖର ରାଓ ଙ୍କ ନେତୃତ୍ବରେ ବିଜେପି କାର୍ଯ୍ୟକର୍ତ୍ତା ମାନେ ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନ ପାଳନ କରିଛନ୍ତି। ଏହି ଅବସରରେ ରାଜ୍ୟ କାର୍ଯ୍ୟକାରିଣୀ ସଭ୍ୟ ପଦ୍ମନ ନାୟକ, ବରିଷ୍ଠ ନେତା ଜୟନ୍ତ କୁମାର ପାତ୍ର,ମଣ୍ଡଳ ସାଧାରଣ ସମ୍ପାଦକ ମହେଶ ପାତ୍ର, ଦୁର୍ଜନ ମିର୍ଗାନ, ଡାବୁଗାଁ ଯୁବମୋର୍ଚ୍ଚା ସଭାପତି ଓ୍ବାଇ. ରାଜ କୁମାର, ଜିଲ୍ଲା ଆଦିବାସୀ ମୋର୍ଚ୍ଚା ଉପ ସଭାପତି ମାନସାଏ ମାଝୀ, ଏବଂ ଅନ୍ୟମାନେ ଉପସ୍ଥିତ ଥିଲେ। ବରିଷ୍ଠ ନେତା ଜୟନ୍ତ କୁମାର ପାତ୍ର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଙ୍କ ଜୀବନ ଉପରେ ଆଲୋଚନା କରିଥିଲେ। ରାଜ୍ୟ କାର୍ଯ୍ୟକାରିଣୀ ସଭ୍ୟ ପଦ୍ମନ ନାୟକ ଯୁବ ସମାଜକୁ ମୋଦୀ ଜୀ ଙ୍କ ଆଦର୍ଶ ରେ ଅନୁପ୍ରାଣିତ ହେବା ପାଇଁ ଆହ୍ବାନ ଦେଇଥିଲେ। କାର୍ଯ୍ୟକର୍ତ୍ତା ମାନେ ସ୍ଥାନୀୟ ସ୍ବାସ୍ଥ୍ୟକେନ୍ଦ୍ରରେ ଯାଇ ରୋଗୀ ମାନଙ୍କୁ ସଂପୂର୍ଣ୍ଣ ନିୟମ ପାଳନ କରି ଫଳ ବଣ୍ଟନ କରିଥିଲେ। ଏହାପରେ ଜନ ସାଧାରଣଙ୍କୁ ମିଠା ବଣ୍ଟନ କରିଥିଲେ। ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ କେରଣ୍ଡି ତଥା ଅନ୍ୟାନ୍ୟ ସ୍ଥାନରେ ମଧ୍ୟ ମୋଦୀଜୀ ଙ୍କ ଜନ୍ମଦିନ ପାଳନ କରା ଯାଇଥିଲା ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!
%d bloggers like this: